ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଦିନ ମଜୁରିଆ ଭାବେ କାମ କରୁଥିବା ସୋମନାଥ ଲଗାତାର ପ୍ରାୟ ତିନି ଦିନ କାମ କରି ଅସୁସ୍ଥ ହୋଇପଡିଥିଲେ। ଶୁକ୍ରବାର ସନ୍ଧ୍ୟାରେ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା। ପରିବାର ଲୋକେ ଅଂଶୁଘାତରେ ସୋମନାଥଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି। ପରିବାର ଚଳାଇବା ପାଇଁ ସୋମନାଥ ଦିନ ମଜୁରିଆ ଭାବେ କାମ କରୁଥିଲେ। ତାଙ୍କ ପରିବାରରେ ତାଙ୍କ ସ୍ତ୍ରୀ, ପୁଅ, ବୋହୂ ଅଛନ୍ତି। ଗରିବ ଶ୍ରେଣୀର ହୋଇଥିବାରୁ ବହୁ କଷ୍ଟରେ ଏମାନେ ଚଳୁଥିଲେ। ଏବେ ସୋମନାଥଙ୍କ ମୃତ୍ୟୁ ପରେ ଏହି ପରିବାର ଅସହାୟ ହୋଇପଡିଛନ୍ତି। ଏହି ଗରିବ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସେମାନେ ନିବେଦନ କରିଛନ୍ତି।

