ସୋମପୁର-କିଶୋର ନଗର ରାସ୍ତା ବିପର୍ଯ୍ୟସ୍ତ

କଟକ ସଦର,୧୧ା୯(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ସୋମପୁର-କିଶୋର ନଗର ରାସ୍ତାର କେଶନଗର ବଜାର ନିକଟ କିଛି ଅଂଶରେ ପାଣି ଜମି ରହି ପ୍ରବଳ କାଦୁଅ ହୋଇଛି। ଏଥିଯୋଗୁ ଯାତାୟାତରେ ଅସୁବିଧା ହେଉଛି। ଏହାର ପ୍ରତିବାଦରେ ରବିବାର କେତେଜଣ ଲୋକ କାଦୁଅରେ ଧାନ ତଳି ରୋଇ ଅଭିନବ ଢଙ୍ଗରେ ପ୍ରତିବାଦ କରିଥିଲେ। ଏଥିପାଇଁ କିଛି ସମୟ ଧରି ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।
ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ଉକ୍ତ ରାସ୍ତାର ୭ କିମିରୁ ମାତ୍ର ୧୦୦ ଫୁଟ ଅଂଶକୁ ପିଚୁ କିମ୍ବା କଂକ୍ରିଟ କରାଯାଇପାରୁନାହିଁ। କାରଣ ସେତିକି ଜାଗା ବ୍ୟକ୍ତିଗତ ମାଲିକାନାରେ ରହିଛି। ଯେତେବେଳେ ରାସ୍ତା ପାଇଁ ଟଙ୍କା ଖର୍ଚ୍ଚ ହେଉଛି, ସେତେବେଳେ ଏହି ଅଂଶରେ ସମ୍ପୃକ୍ତ ଜମି ମାଲିକ କାମ କରାଇ ଦେଉନାହାନ୍ତି। ଅପରପକ୍ଷରେ ରାଜସ୍ବ କିମ୍ବା ପୂର୍ତ୍ତ ବିଭାଗର ଅଧିକାରୀକମାନେ ଔପଚାରିକ ଭାବେ ଜମି ମାଲିକ ପୂର୍ଣ୍ଣଚନ୍ଦ୍ର ମଣ୍ଡଳଙ୍କ ସହ କଥାବାର୍ତ୍ତା କରିନାହାନ୍ତି ବୋଲି ସେ କହିଛନ୍ତି। କେଶ ନଗର ମୌଜାରେ ବଜାର ପାଖ ଜମି ଗୁଣ୍ଠ ପିଛା ୨୦ରୁ ୨୫ ଲକ୍ଷ ଟଙ୍କାରେ ବିକ୍ରି ହେଉଛି। ଏଭଳି ପରିସ୍ଥିତିରେ ଶାଗମାଛ ଦରରେ ମୂଲ୍ୟବାନ ଜମି ଦେଇପାରିବି ନାହିଁ ବୋଲି ମଣ୍ଡଳ କହିଛନ୍ତି। ପ୍ରତି ୨/୩ ବର୍ଷ ଅନ୍ତରାଳରେ ପୂର୍ତ୍ତ ବିଭାଗ ମରାମତି ଓ ପ୍ରଶସ୍ତୀକରଣ ପାଇଁ ଅର୍ଥ ମଞ୍ଜୁର କରୁଥିବାବେଳେ ପୁରୁଣା ସମସ୍ୟାକୁ ଦୂର କରିବା ପାଇଁ ଫଳପ୍ରଦ ଉଦ୍ୟମ କରାଯାଉନାହିଁ ବୋଲି ସ୍ଥାନୀୟ ଲୋକେ କିଶନନଗର ତହସିଲଦାର ମଧୁସୂଦନ ନାୟକଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପ୍ରଶାସନ-ଜମି ମାଲିକଙ୍କ ମଧ୍ୟରେ ଫଳପ୍ରଦ ଆଲୋଚନା ହେଲେ ସମାଧାନର ବାଟ ବାହାରି ପାରନ୍ତା ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ଏ ସମ୍ପର୍କରେ ତହସିଲଦାର ନାୟକ କହିଛନ୍ତି, ଏବେ ରାସ୍ତା ମରାମତି ପାଇଁ ଅର୍ଥ ମଞ୍ଜୁର କରାଯାଇଥିବାରୁ ପ୍ରଶାସନିକ ସ୍ତରରେ ଯାହାକିଛି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri