ବୃଦ୍ଧ ବାପାଙ୍କୁ ବିଦ୍ୟୁତ୍‌ଖୁଣ୍ଟରେ ବାନ୍ଧି ପିଟିପିଟି ମାରିଦେଲେ ପୁଅବୋହୂ

କୋରାପୁଟ,୬।୮(ସ୍ବ.ପ୍ର.): ନାନାଦି ଦୁଃଖ, କଷ୍ଟ, ଯନ୍ତ୍ରଣା ସହି ପିଲାମାନଙ୍କୁ ଛୋଟରୁ ବଡ଼ କରିଥାନ୍ତି ମାତାପିତା। ହେଲେ ସେମାନେ ପରିଣତ ବୟସରେ ପିଲାମାନଙ୍କ ପାଇଁ ଅଲୋଡା ହୋଇପଡ଼ନ୍ତି। ଏପରି ଏକ ହୃଦୟ ବିଦାରକ ଘଟଣା କୋରାପୁଟରେ ଦେଖିବାକୁ ମିଳିଛି। ଜିଲାର ଲକ୍ଷ୍ମୀପୁର ଥାନା ଅଧିନସ୍ଥ ଉପରକୁଟିଙ୍ଗାରେ ପୁଅବୋହୂ ମିଶି ବୃଦ୍ଧ ବାପାଙ୍କୁ ପିଟିପିଟି ହତ୍ୟା କରିଛନ୍ତି। ମୃତକ ହେଲେ କୃଷ୍ଣ ମ୍ୟାଣିଆକା। ତେବେ ଘଟଣାର ଭିଡିଓ ଭାଇରାଲ ହେବା ପରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନାନୁଯାୟୀ, ଶୁକ୍ରବାର ଉପରକୁଟିଙ୍ଗାରେ ଜଣେ ବୃଦ୍ଧଙ୍କୁ ପୁଅ ଏବଂ ବୋହୂ ମିଶି ଗାଁ ଦାଣ୍ଡରେ ଥିବା ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ପିଟିଥିଲେ। ଏଥିରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ପରେ ଉଭୟ ତାଙ୍କର ମୃତଦେହ ନେଇ ସତ୍କାର କରିଦେଇଥିଲେ। ଶୁକ୍ରବାର ଘଟଣାଟି ଘଟିଥିବା ବେଳେ ଶନିବାର ସକାଳେ ଏହାର ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଜାଣିବା ପରେ ଲକ୍ଷ୍ମୀପୁର ଥାନା ଅଧିକାରୀଣୀ ଶ୍ୱେତପଦ୍ମା ସେଠ ପୋଲିସ ଟିମ୍‌ ସହ ଉପରକୁଟିଙ୍ଗାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଉଭୟ ପୁଅ ଏବଂ ବୋହୂଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ତେବେ କେଉଁ କାରଣ ଯୋଗୁ ନିଜ ବାପାଙ୍କୁ ଏଭଳି ପିଟିପିଟି ହତ୍ୟା କରାଯାଇଛି ତା’ର କାରଣ ଖୁବ୍‌ଶୀଘ୍ର ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri