ପାରିବାରିକ କଳହରୁ ବାପାଙ୍କୁ ହତ୍ୟା: ପିତୃହନ୍ତା ପୁଅ ଗିରଫ, ଫିନାଇଲ ପିଇ ବୋହୂ ଗୁରୁତର

ଝାରସୁଗୁଡ଼ା ଅଫିସ,୫ା୮- ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ବାଞ୍ଜିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ବୃଦ୍ଧ ବାପାଙ୍କୁ ପୁଅ ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ କାର୍ତ୍ତିକ ଗିରି(୬୫)। କାର୍ତ୍ତିକଙ୍କ ସ୍ତ୍ରୀ ଗୀତା ରେଙ୍ଗାଲି ଥାନାରେ ପୁଅ ନାମରେ ହତ୍ୟା ଅଭିଯୋଗ ଆଣିଛନ୍ତି। ପୋଲିସ ଆଇପିସି ଦଫା ୩୦୨ରେ ଏକ ମାମଲା (ନଂ୧୩୭/୨୨) ରୁଜୁ କରିଛି। ତଦନ୍ତ ପରେ ପୋଲିସ ପିତୃହନ୍ତା ପୁଅ ଦିଲୀପ ଗିରି(୪୦)ଙ୍କୁ ତାଙ୍କ ଘରୁ ଗିରଫ କରିଛି। ଘଟଣାକୁ ନେଇ କାର୍ତ୍ତିକଙ୍କ ବୋହୂ ନିଲମ ଫିନାଇଲ୍‌ ପିଇ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବେଲପାହାଡସ୍ଥିତ ଟାଟା କ୍ରୋସାକୀ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ ଦିଲୀପ ଅନେକ ସମୟରେ ମଦପିଇ ଘରକୁ ଆସି ସ୍ତ୍ରୀ ନିଲମଙ୍କ ସହିତ ଝଗଡା କରନ୍ତି। ବାରମ୍ବାର ଏଭଳି ଘଟଣା ନେଇ ଘରେ ଅଶାନ୍ତି ସୃଷ୍ଟି ହେଉଥିଲା। ଗୁରୁବାର ରାତିରେ ଘରେ କଳହ ହେବାରୁ ଏଥିରେ ମ୍ରିୟମାଣ ହୋଇ ନିଲମ ଫିନାଇଲ୍‌ ପିଇଦେଇଥିଲେ। ଏଥିପାଇଁ କାର୍ତ୍ତିକ ପୁଅକୁ ଦାୟୀକରି ତୋ ପାଇଁ ମୋ ବୋହୂ ଫିନାଇଲ୍‌ ପିଇଲା ବୋଲି କହିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ପୁଅ ଦିଲୀପ ଘରେ ଥିବା ଏକ ଫୁଲକୁଣ୍ଡ ଉଠାଇ ବାପାଙ୍କ ଉପରେ କଚାଡି ଦେଇଥିଲେ ା ଏଥିରେ ବାପା ଆହତ ହୋଇ ତଳେ ପଡିଯାଇଥିଲେ। ଏତିକିରେ ପୁଅ ଶାନ୍ତ ନ ହୋଇ ତଳେ ପଡିଥିବା ବାପାଙ୍କ ଛାତି ଉପରେ ଚଢି ନାଚିଥିଲେ। ଏଥିରେ ବାପା ଅଣନିଃଶ୍ୱାସୀ ହୋଇପଡିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ପରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri