ନୂଆଗାଁ, ୨୬।୧୨ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ସାନପୁଅର ବିବାହ ଲାଗି ଜମି ବିକ୍ରି କଥା କହିବାରୁ ବଡ଼ପୁଅ ପନିକିରେ ମା’ବାପାଙ୍କୁ ହାଣିଛି। ପନିକି ସହ ଶିଳପୁଆରେ ଆକ୍ରମଣ ଯୋଗୁ ବୃଦ୍ଧ ମା’, ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମୋନବଧ ସିଂ (୬୫) ଓ ତାଙ୍କ ସ୍ତ୍ରୀ ଲୀଲା ସିଂ (୬୦)। ପୋଲିସ ବଡ଼ପୁଅ ଜୟ ସିଂ(୪୦)ଙ୍କୁ ଗିରଫ କରିଛି।
ବିଶପୁର ଗ୍ରାମର ମୂଳବାସିନ୍ଦା ମୋନବଧ ସପରିବାର ରହନ୍ତି। ଜୟ ଓ ସାନପୁଅ ସୁନୀଲ ମଧ୍ୟ ମା’ବାପାଙ୍କ ସହ ରହନ୍ତି। ଜୟ ବିବାହିତ। ସୁନୀଲ ଥିଲେ ଅବିବାହିତ। ସୁନୀଲଙ୍କ ବିବାହ ପାଇଁ କୁଆଡେ ଝିଅ ଖୋଜା ଚାଲିଥିଲା। ସେପଟେ ଜୟ ଅଧିକାଂଶ ସମୟରେ ବାହାର ରାଜ୍ୟକୁ ଯାଇ ଶ୍ରମିକ ଭାବେ କାମ କରୁଥିଲେ। ମଝିରେ ମଝିରେ ବିଶପୁରସ୍ଥିତ ନିଜ ଗାଁକୁ ଆସୁଥିଲେ। କିଛି ମାସ ପୂର୍ବରୁ ଜୟ ଗାଁକୁ ଫେରିଥିଲେ। ଏହି ସମୟରେ ସୁନୀଲଙ୍କ ବିବାହ କଥା ତାଙ୍କ ମା’ ଲୀଲା ଉଠାଇ ଥିଲେ। ସୁନୀଲଙ୍କ ବିବାହ ପାଇଁ ଜମି ବିକିବା ଲାଗି ଘରେ ଆଲୋଚନା ଚାଲିଥିଲା। ସେ ସମୟରେ ପରିବାର ମଧ୍ୟରେ କିଛି ଅସନ୍ତୋଷ ଦେଖା ଦେଇଥିଲା। ଶୁକ୍ରବାର ସକାଳେ ମଧ୍ୟ ଅନୁରୂପ ଭାବେ ଜମି
ମା’, ବାପାଙ୍କୁ …
ବିକ୍ରିକୁ ନେଇ ଲୀଳା ଘରେ ଆଲୋଚନା କରୁଥିବାବେଳେ ଏଥିରେ ଉତ୍କ୍ଷିପ୍ତ ହୋଇ ବଡ ପୁଅ ଜୟ ମା’ ଓ ବାପାଙ୍କୁ ପନିକି ଓ ଶିଳପୁଆରେ ଆକ୍ରମଣ କରିଥିଲେ। ଏଥିରେ ମା’ ଓ ବାପା ଉଭୟଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିବା ବେଳେ ଘଟଣାସ୍ଥଳରେ ହିଁ ପ୍ରଚୁର ରକ୍ତସ୍ରାବ ହୋଇ ସେମାନଙ୍କ ମୃତ୍ୟୁ ଘଟିଥିଲା। ଜୟଙ୍କ ଉଗ୍ରରୂପ ଦେଖି ଘରେ ଥିବା ତାଙ୍କ ସ୍ତ୍ରୀ ଭୟଭୀତ ହୋଇ ପଡିଥିଲେ। ଘଟଣାସ୍ଥଳକୁ ଯାଇ ଜୟଙ୍କୁ ବାରଣ କରିଥିଲେ। ଜୟ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ତାଙ୍କ ହାତରେ ଗଭୀର କ୍ଷତ ହୋଇଥିବା କୁହାଯାଉଛି। ଘଟଣା ସମୟରେ ସୁନୀଲ ଘରେ ନ ଥିଲେ।
ଖବରପାଇ ବିଶ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ହତ୍ୟାରେ ବ୍ୟବହୃତ ପନିକି, ଶିଳପୁଆ ଆଦିକୁ ଜବତ କରିଛି। ଏ ନେଇ ବିଶ୍ରା ଥାନାରେ ଏକ ହତ୍ୟା ମାମଲା (ନଂ. ୧୬୪/୨୦) ରୁଜୁ ହୋଇଛି। ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଦଳ ମଧ୍ୟ ପହଞ୍ଚତ୍ ତଦନ୍ତ କରିଛି।
Posted inଅପରାଧ, ଆମ ଜିଲା ଖବର, ସୁନ୍ଦରଗଡ଼ View All
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
Archives

