ଠେଙ୍ଗାରେ ପିଟିପିଟି ବାପାଙ୍କୁ ହତ୍ୟା କଲେ ପୁଅ, ଚାଷଜମିରେ ମୃତଦେହ ଛାଡ଼ି…

ନୂଆପଡ଼ା,୨୨ା୬(ମକାରୁ ବେମାଲ): ପୁଅର ଠେଙ୍ଗାମାଡ଼ରେ ଚାଲିଯାଇଛି ଜନ୍ମତାତା ବାପାଙ୍କ ଜୀବନ। ଏଭଳି କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲା ବେଳଟୁକୁରି ଥାନା କୁରୁମୁଣ୍ଡା ଗାଁରେ। ମୃତକ ଜଣକ ୬୦ ବର୍ଷୀୟ ପବନ ସିଂ ବରିହା।

ସୂଚନାନୁଯାୟୀ, ଶନିବାର ମଧ୍ୟାହ୍ନରେ କୁରୁମୁଣ୍ଡା ଗାଁରେ ବାପା ପବନ ଓ ପୁଅ ତୁଲାରାମଙ୍କ ମଧ୍ୟରେ ଜମିବାଡ଼ିକୁ ନେଇ ବଚସା ହୋଇଥିଲା। ଏଥିରେ ନିଶାଶକ୍ତ ପୁଅ ତୁଲାରାମ ନିଜ ବାପା ପବନଙ୍କୁ କାଠ ଫାଳିଆରେ ଆକ୍ରମଣ କରି ହତ୍ୟା କରିଥିଲେ। ଚାଷଜମିରେ ବାପାଙ୍କ ମୃତଦେହକୁ ଛାଡ଼ି ଘରକୁ ଚାଲି ଆସିଥିଲେ।

ରବିବାର ପୂର୍ବାହ୍ନରେ ବେଲଟୁକୁରି ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ପୁଅ ତୁଲାରାମ ବାରିହା (୩୬)ଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି। ମଧ୍ୟାହ୍ନରେ ନୂଆପଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ତେବେ ପ୍ରାଥମିକ ତଦନ୍ତରୁ ଜମିବାଡ଼ିକୁ ନେଇ ନିଜ ବାପାଙ୍କୁ ପୁଅ ହତ୍ୟା କରିଥିବା ଭଳି ସାଙ୍ଘାତିକ ଅଭିଯୋଗ ହୋଇଛି। ଏନେଇ ବେଲତୁକୁରି ଥାନାରେ ଏକ ହତ୍ୟା ମାମଲା ରୁଜୁ କରି ସାଇନ୍ସଥିପିକ ଟିମ୍‌ ସହ ପୋଲିସ ଅଧିକ ତଦନ୍ତ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri