ମା’ଙ୍କୁ ଲୁହା ପାଇପ୍‌ରେ ପିଟିପିଟି ହତ୍ୟା କଲେ ପୁଅ, ଘରେ କେହି ନ ଥିବା ବେଳେ…

ଦିଗପହଣ୍ଡି,୨୬ା୬(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କରବାଲୁଆ ଗ୍ରାମ ବନ୍ଧ ସାହିର ଉଲି ବେହେରା(୫୫)ଙ୍କୁ ଗୁରୁବାର ମଧ୍ୟାହ୍ନରେ ତାଙ୍କ ପୁଅ ସନ୍ତୋଷ ବେହେରା(୩୯) ଲୁହା ପାଇପ୍‌ରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଚିକିଟି ଏସଡିପିଓ ବିଶ୍ୱାମିତ୍ର ହରପାଲ, କେ.ନୂଆଗାଁ ଥାନା ଏସ୍‌.ଆଇ ଅଞ୍ଜଳି ବେହେରା, ଏଏସ୍‌ଆଇ ତାରକେଶ୍ୱର ରାଓ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ପରେ ଅଭିଯୁକ୍ତ ପୁଅଙ୍କୁ ଥାନାକୁ ଉଠାଇ ନେଇ ମାରାଥନ ଜେରା ଚଳାଇଛନ୍ତି।

ଅଭିଯୁକ୍ତ ପୁଅ ସନ୍ତୋଷ ସାମାନ୍ୟ ମାନସିକ ଅନଗ୍ରସର ବୋଲି ପାଖ ପଡ଼ୋଶୀ ପୋଲିସକୁ କହିଛନ୍ତି। ଗୁରୁବାର ପରିବାରର ସଦସ୍ୟମାନେ ମଜୁରୀ କାମ ପାଇଁ ବାହାରକୁ ଚାଲିଯାଇଥିବା ବେଳେ ମା’ ଓ ପୁଅଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ପୁଅ ସନ୍ତୋଷ ଉତ୍ତେଜିତ ହୋଇ ଏକ ଭଙ୍ଗା ଲୁହା ପାଣି ପାଇପ୍‌ରେ ମା’ଙ୍କୁ ଅତି ନୃଶଂସ ଭାବେ ପିଟିପିଟି ମାରିଦେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri