ନିଶା ପାଇଁ ପୁଅ ସାଜିଲା ରାକ୍ଷସ: ବାପାଙ୍କ ମୁଣ୍ଡରେ ପିଟିଲା ବିୟର ବୋତଲ

ଭୁବନେଶ୍ୱର,୫।୧: ରାଜଧାନୀରେ ପୁଣି ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ନିଶା ପାଇଁ ଟଙ୍କା ନପାଇ ଜଣେ ପୁଅ ନିଜ ଜନ୍ମକଲା ବାପାଙ୍କୁ ବିୟର ବୋତଲରେ ଆକ୍ରମଣ କରି ଗୁରୁତର କରିଦେଇଛି। ଏହି ଅଭାବନୀୟ ଘଟଣାଟି କ୍ୟାପିଟାଲ ଥାନା ଅନ୍ତର୍ଗତ କେଦାର ପଲ୍ଲୀ ବସ୍ତି ଅଞ୍ଚଳରେ ଘଟିଛି।

ସୂଚନା ଅନୁସାରେ, ଅଭିଯୁକ୍ତ ପୁଅ ନିଶା ସେବନ କରିବା ପାଇଁ ବାପାଙ୍କୁ ଟଙ୍କା ମାଗିଥିଲା। ମାତ୍ର ବାପା ଟଙ୍କା ଦେବାକୁ ମନା କରିବାରୁ ପୁଅ ଉତକ୍ଷିପ୍ତ ହୋଇ ଉଠିଥିଲା। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ପରେ ପୁଅ ଏକ ବିୟର ବୋତଲ ଆଣି ବାପାଙ୍କ ମୁଣ୍ଡରେ ମାଡ଼ କରିଥିଲା।

ଆକ୍ରମଣରେ ବାପା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ଏବଂ ନିଶାର କୁପ୍ରଭାବକୁ ନେଇ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri