କଲେଜରେ ନାମ ଲେଖାଇବାକୁ ବାପା ଟଙ୍କା ନ ଦେବାରୁ ଆତ୍ମହତ୍ୟା କଲେ ପୁଅ

ଭବାନୀପାଟଣା,୯।୧୦(ଡି.ଏନ୍‌.ଏ.): ଦାରିଦ୍ରର କରୁଣ ପରିଣତି ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ କେଳୁଆ ଗାଁରେ। ବାପା କଲେଜରେ ନାମଲେଖାଇବାକୁ ଟଙ୍କା ନ ଦେବାରୁ ବିଷ ପିଇ ଆତ୍ମହତ୍ୟା କରିଛନ୍ତି ପୁଅ ସଞ୍ଜୟ। ସଞ୍ଜୟ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ଆଶା ରଖିଥିଲେ କଲେଜରେ ପଢିବେ। କଲେଜରେ ନାମ ଲେଖାଇବାକୁ ବାପାଙ୍କୁ କହିଲେ। ଦାରିଦ୍ର ସହ ଜୁଝୁଥିବା ଗରିବ ବାପା ପଢେଇବାକୁ ଅସମର୍ଥ ହୋଇଥିଲେ। ବାଧକ ସାଜିଥିଲା ଟଙ୍କା। ପାଠପଢି ନପାରିବାର ଦୁଃଖ ନିରାଶ କରିଥିଲା ସଞ୍ଜୟକୁ। ଶେଷରେ ମୃତ୍ୟୁକୁ ଆପଣାଇ ଥିଲେ ସଞ୍ଜୟ, କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ସଞ୍ଜୟଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri