ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତିତିଖଣ୍ଡିି ଗ୍ରାମରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି।
ସୂଚନାନୁଯାୟୀ, ପି.ସରୋଜିନୀ(୬୫)ଙ୍କ ମୃତ୍ୟୁର ଦ୍ୱାଦଶାହରେ ଗୁରୁବାର ସନ୍ଧ୍ୟାରେ ପୁଅ ପି. କୈଳାସ ପାତ୍ର (୫୨)ଙ୍କ ମୃତ୍ୟୁ ଘଟିଛି। କୈଳାସଙ୍କ ପୈତୃକ ଘର ଗୌତମୀ ଗ୍ରାମରେ। ତିତିଖଣ୍ଡିି ଗ୍ରାମରେ ରହୁଥିବା ତାଙ୍କ ଅଜା ଏନ୍‌.ରଘୁନାଥ ନିଃସନ୍ତାନ ଥିବାରୁ ନାତି କୈଳାସଙ୍କୁ ପୋଷ୍ୟ ପୁଅ କରିଥିଲେ। କୈଳାସ ମହାରାଷ୍ଟ୍ରର ମୁମ୍ବାଇରେ ପରିବାର ସହ ରହି ସେଠାରେ କାମ କରୁଥିଲେ। ମା’ଙ୍କ ମୃତ୍ୟୁଖବର ପାଇ ଗାଁକୁ ଫେରିଥିଲେ। ସେ ଅସୁସ୍ଥ ଥାଇ ମଧ୍ୟ ମା’ଙ୍କ ଶୁଦ୍ଧିକ୍ରିୟା କରିଥିଲେ। ଗୁରୁବାର ତାଙ୍କ ଶୁଦ୍ଧି କ୍ରିୟା ଭୋଜି ସରିଥିଲା। କୈଳାସଙ୍କ ସ୍ତ୍ରୀ ଓ ୨ ଝିଅ, ପୁଅ ଅପରାହ୍ନରେ ଟ୍ରେନ ଯୋଗେ ମୁମ୍ବାଇ ଫେରୁଥିଲେ। ଅସୁସ୍ଥତା କାରଣରୁ ସେ ଚିକିତ୍ସା ହୋଇ ସୁସ୍ଥ ହେବା ପରେ ମୁମ୍ବାଇ ଫେରିବା ପାଇଁ ସ୍ତ୍ରୀଙ୍କୁ କହିଥିଲେ। ସା ପ୍ରାୟ ସାଢ଼େ ୭ ଟାରେ ଆକସ୍ମିକ ଭାବେ ସେ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରସ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ କୈଳାସଙ୍କ ସ୍ତ୍ରୀ ଝିଅପୁଅ ଆନ୍ଧ୍ରପ୍ରଦେଶ ପଲାସା ରେଳ ଷ୍ଟେସନରୁ ଗାଁ କୁ ଫେରିବା ପରେ ଶୋକାକୂଳ ପରିବେଶ ମଧ୍ୟରେ ତାଙ୍କ ଶେଷକୃତ୍ୟ କରାଯାଇଥିବା ଜଣାପଡିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri