ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ

ବ୍ରହ୍ମଗିରି,୨୨।୩: ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା ବ୍ରହ୍ମଗିରିରେ । ମୃତ ଯୁବକ ଜଣଙ୍କ ବିଲରେ କାମ କରୁଥିବା ବାପାମାଆଙ୍କୁ ଡାକି ସାଥୀରେ ଆସୁଥିବା ବେଳେ ଏଭଳି ଅଘଟଣ ଘଟିଛି ।
ସେହିଭଳି ଗଞ୍ଜାମ ଜିଲା ଦିଗପହଣ୍ଡିରେ ବଜ୍ରପାତରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି

ବଜ୍ରାଘାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ। ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ନାରାୟଣପୁର ଗ୍ରାମର ୧୦ମ ଶ୍ରେଣୀ ଛାତ୍ର ରାଜେଶ ଗୌଡ଼ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବଜ୍ରପାତ ପ୍ରଭାବରେ ମୃତ୍ୟୁବରଣ କରିଛନ୍ତି। ରାଜେଶ ଗ୍ରାମ ନିକଟସ୍ଥ ବୋମକେଇ ଗ୍ରାମ ଶିବାନନ୍ଦ ନୋଡାଲ ହାଇସ୍କୁଲରେ ପାଠ ପଢୁଥିଲେ। ଚଳିତବର୍ଷ ସେ ପଦ୍ମନାଭପୁର ଗ୍ରାମ ରାଧା ଦାମୋଦର ଗାଲର୍‌ସ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି।

ସୂଚନାଥାଉ କି, ସକାଳେ ସାଙ୍ଗମାନଙ୍କ ସହ ନିକଟସ୍ଥ କୁମରଡ଼ା ଗ୍ରାମରେ ଅନୁଷ୍ଠିତ କ୍ରିକେଟ ଟୁର୍ନାମେଣ୍ଟରେ ମ୍ୟାଚ ଖେଳିବାକୁ ଯାଇଥିଲେ। ରାସ୍ତାକଡର ଏକ ଚାଷଜମିକୁ ସମତୁଲ କରି ଗାଁର ଯୁବକମାନେ ଟୁର୍ନାମେଣ୍ଟର ଆୟୋଜନ କରିଥିଲେ। ମ୍ୟାଚ ଚାଲିଥିବା ବେଳେ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଆକସ୍ମିକ କାଳ ବୈଶାଖୀ ସହ ବଜ୍ରପାତ ହୋଇଥିଲା। ବଜ୍ରପାତ ପ୍ରଭାବରେ ରାଜେଶ ହଠାତ୍‌ ସେଠାରେ ଟଳି ପଡ଼ିଥିଲେ। ସମସ୍ତେ ଖେଳ ଛାଡ଼ି ଦୌଡ଼ି ପଳାଇଥିଲେ। ଗ୍ରାମବାସୀ ଖବର ପାଇ ରାଜେଶଙ୍କୁ ଉଦ୍ଧାର କରି ବମୋକେଇ ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପରିବାର ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ।

ଏନେଇ ସୂଚନା ପାଇବା ପରେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଛାତ୍ରଙ୍କ ମୃତଦେହ ଜବତ କରି କେ.ନୂଆଗାଁ ଥାନା ଅପମୃତ୍ୟୁ ମାମଲା ନଂ.୩/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନ ରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri