ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ

ବ୍ରହ୍ମଗିରି,୨୨।୩: ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା ବ୍ରହ୍ମଗିରିରେ । ମୃତ ଯୁବକ ଜଣଙ୍କ ବିଲରେ କାମ କରୁଥିବା ବାପାମାଆଙ୍କୁ ଡାକି ସାଥୀରେ ଆସୁଥିବା ବେଳେ ଏଭଳି ଅଘଟଣ ଘଟିଛି ।
ସେହିଭଳି ଗଞ୍ଜାମ ଜିଲା ଦିଗପହଣ୍ଡିରେ ବଜ୍ରପାତରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି

ବଜ୍ରାଘାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ। ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ନାରାୟଣପୁର ଗ୍ରାମର ୧୦ମ ଶ୍ରେଣୀ ଛାତ୍ର ରାଜେଶ ଗୌଡ଼ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବଜ୍ରପାତ ପ୍ରଭାବରେ ମୃତ୍ୟୁବରଣ କରିଛନ୍ତି। ରାଜେଶ ଗ୍ରାମ ନିକଟସ୍ଥ ବୋମକେଇ ଗ୍ରାମ ଶିବାନନ୍ଦ ନୋଡାଲ ହାଇସ୍କୁଲରେ ପାଠ ପଢୁଥିଲେ। ଚଳିତବର୍ଷ ସେ ପଦ୍ମନାଭପୁର ଗ୍ରାମ ରାଧା ଦାମୋଦର ଗାଲର୍‌ସ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି।

ସୂଚନାଥାଉ କି, ସକାଳେ ସାଙ୍ଗମାନଙ୍କ ସହ ନିକଟସ୍ଥ କୁମରଡ଼ା ଗ୍ରାମରେ ଅନୁଷ୍ଠିତ କ୍ରିକେଟ ଟୁର୍ନାମେଣ୍ଟରେ ମ୍ୟାଚ ଖେଳିବାକୁ ଯାଇଥିଲେ। ରାସ୍ତାକଡର ଏକ ଚାଷଜମିକୁ ସମତୁଲ କରି ଗାଁର ଯୁବକମାନେ ଟୁର୍ନାମେଣ୍ଟର ଆୟୋଜନ କରିଥିଲେ। ମ୍ୟାଚ ଚାଲିଥିବା ବେଳେ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଆକସ୍ମିକ କାଳ ବୈଶାଖୀ ସହ ବଜ୍ରପାତ ହୋଇଥିଲା। ବଜ୍ରପାତ ପ୍ରଭାବରେ ରାଜେଶ ହଠାତ୍‌ ସେଠାରେ ଟଳି ପଡ଼ିଥିଲେ। ସମସ୍ତେ ଖେଳ ଛାଡ଼ି ଦୌଡ଼ି ପଳାଇଥିଲେ। ଗ୍ରାମବାସୀ ଖବର ପାଇ ରାଜେଶଙ୍କୁ ଉଦ୍ଧାର କରି ବମୋକେଇ ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପରିବାର ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ।

ଏନେଇ ସୂଚନା ପାଇବା ପରେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଛାତ୍ରଙ୍କ ମୃତଦେହ ଜବତ କରି କେ.ନୂଆଗାଁ ଥାନା ଅପମୃତ୍ୟୁ ମାମଲା ନଂ.୩/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନ ରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri