ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ ପାଇଖାନା ସଫା କରିବା ଏସିଡ୍‌ ମିଶ୍ରିତ ସ୍ପ୍ରାଇଟ୍‌ ପାନୀୟ ପିଆଇବା ପରେ ଲୁହାର ‘ପନିକି’ ଦ୍ୱାରା ମୁଣ୍ଡରେ ଆଘାତ ଓ ଗଳାକାଟି ହତ୍ୟା କରିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ପୁଅକୁ ଗିରଫ କରିଛି।
ପୋଲିସ ସୂଚନା ଅନୁସାରେ, ମୃତକ କୈଳାସ ଚନ୍ଦ୍ର ସାହୁ ବିଷମକଟକ ବ୍ରାହ୍ମଣ ସାହିର ବାସିନ୍ଦା ଥିଲେ। ସେ ସୁଧ ରେ ଟଙ୍କା ଦେବା-ନେବା କାରବାର କରୁଥିବାରୁ ଋଣ ଫେରସ୍ତ ନ ମିଳିବାକୁ ନେଇ ପରିବାରରେ ପ୍ରାୟ ସମୟରେ କଳହ ଲାଗି ରହୁଥିଲା। ମୃତକଙ୍କ ଦୁଇ ପୁଅ ରାମଚନ୍ଦ୍ର ସାହୁ (୨୯) ଓ ଶ୍ୟାମ ସୁନ୍ଦର ସାହୁ (୨୬) ଥିବା ବେଳେ, ବାପା-ପୁଅଙ୍କ ସମ୍ପର୍କ ଭଲ ନ ଥିବା ପୋଲିସ କହିଛି।
ଘଟଣା ଦିନ ୩୦ ଜାନୁଆରୀ ସନ୍ଧ୍ୟାରେ ଅଭିଯୁକ୍ତ ଶ୍ୟାମସୁନ୍ଦର ସାହୁ ତାଙ୍କ ବାପାଙ୍କୁ ଘର ତଳ ଭାଗ ଅଗଣାରେ ଏକାକୀ ଦେଖିଥିଲେ। ସେ ଥଣ୍ଡା ପାନୀୟରେ ପାଇଖାନା ସଫା କରିବାରେ ବ୍ୟବହୃତ ହେଉଥିବା ଏସିଡ୍‌ ମିଶାଇ ବାପାଙ୍କୁ ପିଇବାକୁ ଦେଇଥିଲେ। ପାନୀୟ ପିଇବା ପରେ ଅସୁସ୍ଥ ହୋଇ ମୃତକ ବାନ୍ତି କରିବାକୁ ଯାଉଥିବା ବେଳେ ଅଭିଯୁକ୍ତ ପନିକି ଦ୍ୱାରା ମୁଣ୍ଡରେ ପୁନର୍ବାର ଆକ୍ରମଣ କରିଥିଲେ। ପରେ ଗଳା କାଟି ଦେବାରୁ ବାପାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପରେ ଅଭିଯୁକ୍ତ ମୃତଦେହ ଉପର ମହଲାକୁ ନେଇ ହୋ-ହଲ୍ଲା କରିଥିବା ବେଳେ ସ୍ଥାନୀୟ ଲୋକେ ଆସି ମୃତକଙ୍କୁ ବିଷମକଟକସ୍ଥିତ ଖ୍ରୀଷ୍ଟିଆନ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।
ଘଟଣା ସମ୍ପର୍କରେ ବିଷମକଟକ ଥାନାରେ କେସ୍‌ ନମ୍ବର ୧୮/୩୦ରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଲୁହାର ପନିକି, ସ୍ପ୍ରାଇଟ୍‌ ବୋତଲ, ଷ୍ଟିଲ୍‌ ଗ୍ଲାସ, ମଗ, ରକ୍ତରଞ୍ଜିତ ପୋଷାକ ଓ ଏସିଡ୍‌ ଆଦି ଜବତ କରିଛି। ଅଭିଯୁକ୍ତ ଶ୍ୟାମ ସୁନ୍ଦର ସାହୁଙ୍କୁ ଗିରଫ କରି ଡାକ୍ତରୀ ମାଇନା କରାଇ କୋର୍ଟ ଚାଲାଣ କରାଯିବା ନେଇ ପୋଲିସ ସୂଚନା ଦେଇଛି। ଅଧିକ ତଦନ୍ତ ଜାରି ରଖାଯାଇଥିବା ବିଷମକଟକ ଥାନା ଅଧିକାରୀ ସୂର୍ଯ୍ୟଚନ୍ଦ୍ର ପାଢ଼ୀ ସୂଚନା ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆଉ ବ୍ଲେମ ଗେମ୍‌ ନୁହେଁ…’: ଆମେରିକାର ଆକ୍ରମଣ ପରେ ରାଗିଲାଣି ଇରାନ, କହିଛି ‘ଆମେରିକାର ବିଫଳ ରାଷ୍ଟ୍ରପତି…’

ତେହରାନ,୨୭।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଡ୍ରୋନ ଆକ୍ରମଣ ପରେ, ଆମେରିକା ଅନେକ ଇରାନୀ…

IND vs IRE 1st T20I: ଭାରତ ପରାଜୟର ୩ ପ୍ରମୁଖ କାରଣ: ଆୟର୍ଲାଣ୍ଡ ବିପକ୍ଷରେ କାହିଁକି ହାରିଲା ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଇତିହାସରେ ଜୁନ ୨୬ (ଶୁକ୍ରବାର) ଏକ କଳା ଦିନ ଭାବରେ ଲିପିବଦ୍ଧ ହୋଇପାରେ। ଏହି ଦିନ, ପ୍ରଥମ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

‘ହିଂସାର ମୁକାବିଲା ସମାନ ଭାଷାରେ ଦିଆଯିବ’ – ଇରାନକୁ କଡ଼ା ଚେତାବନୀ ଦେଲେ ଆମେରିକାର ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୭।୬: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଉତ୍ତେଜନା ଦେଖାଦେଇଛି, ଯାହା ଦୁଇ ଦେଶ ମଧ୍ୟରେ…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri