ସ୍ତ୍ରୀଙ୍କ ସହ ଶାଶୁ-ଶ୍ୱଶୁରଙ୍କୁ କଟୁରିରେ ଆକ୍ରମଣ କଲେ ଜ୍ୱାଇଁ, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ବାଙ୍କୀ,୫ା୧୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଶିଶୁଆ ଗ୍ରାମରେ ବୁଧବାର ଘଟିଛି ଏକ ଅଭାବନୀୟ ଘଟଣା କାଣ୍ଡ। ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ-ଶ୍ୱଶୁର ଏବଂ ସ୍ତ୍ରୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପକ୍ଷରେ ଜ୍ବାଇଁଙ୍କୁ ବି ପୋଲିସ ଗିରଫ କରିଛି।

ସୂଚନା ଥାଉ କି, ବାଙ୍କୀ ଥାନା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଶିଶୁଆ ଗ୍ରାମର ଦାସଙ୍କ ଝିଅ ପୁଷ୍ପାଞ୍ଜଳି ୪ ବର୍ଷ ପୂର୍ବେ ସେହି ଗ୍ରାମର ନାରଣ ଦାସଙ୍କ ପୁଅ ସଂଜୀବଙ୍କୁ ପ୍ରେମ ବିବାହ କରିଥିଲେ। କୌଣସି କାରଣ ବଶତଃ ପୁଷ୍ପଲତା ଆଜକୁ ଦୁଇ ବର୍ଷ ଧରି ବାପ ଘରେ ରହୁଥିଲେ। ଆଜି ପବିତ୍ର ଧର୍ମମାସ କାର୍ତ୍ତିକ ପୂର୍ଣ୍ଣିମା ଦିବସରେ ଜ୍ବାଇଁ ସଂଜୀବ ଶ୍ୱଶୁର ଘରକୁ ଆସିଥିଲେ। ଶ୍ୱଶୁର ଘରେ ସଂଜୀବ ଓ ତାଙ୍କ ସ୍ତ୍ରୀ, ଶାଶୁ-ଶ୍ୱଶୁରଙ୍କ ସହିତ ବଚସା ହୋଇଥଲା। ସଂଜୀବ ରାଗିଯାଇ ଘରେ ଥିବା କଟୁରି ଧରି ମାରିବାକୁ ଧମକାଇଥିଲେ। ଶ୍ୱଶୁର ଘରେ ଏଭଳି ଘଟଣା କିଛି ନ କରିବାକୁ ବିରୋଧ କରିବା ପରେ ସଂଜୀବ ଉତ୍‌କ୍ଷିପ୍ତ ହୋଇ ସ୍ତ୍ରୀ ପୁଷ୍ପଲତାଙ୍କ ମୁଣ୍ଡକୁ କଟୁରିରେ ହାଣିଦେଇଥିଲେ। ଶାଶୁ ଓ ଶ୍ୱଶୁର ବିରୋଧ କରିବାରୁ ତାଙ୍କୁ ମଧ୍ୟ କଟୁରିରେ ହାଣିବା ଦ୍ୱାରା ଶ୍ୱଶୁର ଚନ୍ଦ୍ରମଣିଙ୍କ ହାତର ଦୁଇଟି ଆଙ୍ଗୁଠି କଟିଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରଥମେ ବାଙ୍କୀ ଉପଖଣ୍ଡ ଚକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିବା ସହିତ ଏଭଳି ଜଘନ୍ୟ କାଣ୍ଡ ଘଟାଇଥିବା ଜ୍ବାଇଁ ସଂଜୀବଙ୍କୁ ଗିରଫ କରି ଥାନାରେ ଅଟକ ରଖାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri