ସ୍ତ୍ରୀଙ୍କ ସହ ଶାଶୁ-ଶ୍ୱଶୁରଙ୍କୁ କଟୁରିରେ ଆକ୍ରମଣ କଲେ ଜ୍ୱାଇଁ, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ବାଙ୍କୀ,୫ା୧୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଶିଶୁଆ ଗ୍ରାମରେ ବୁଧବାର ଘଟିଛି ଏକ ଅଭାବନୀୟ ଘଟଣା କାଣ୍ଡ। ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ-ଶ୍ୱଶୁର ଏବଂ ସ୍ତ୍ରୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପକ୍ଷରେ ଜ୍ବାଇଁଙ୍କୁ ବି ପୋଲିସ ଗିରଫ କରିଛି।

ସୂଚନା ଥାଉ କି, ବାଙ୍କୀ ଥାନା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଶିଶୁଆ ଗ୍ରାମର ଦାସଙ୍କ ଝିଅ ପୁଷ୍ପାଞ୍ଜଳି ୪ ବର୍ଷ ପୂର୍ବେ ସେହି ଗ୍ରାମର ନାରଣ ଦାସଙ୍କ ପୁଅ ସଂଜୀବଙ୍କୁ ପ୍ରେମ ବିବାହ କରିଥିଲେ। କୌଣସି କାରଣ ବଶତଃ ପୁଷ୍ପଲତା ଆଜକୁ ଦୁଇ ବର୍ଷ ଧରି ବାପ ଘରେ ରହୁଥିଲେ। ଆଜି ପବିତ୍ର ଧର୍ମମାସ କାର୍ତ୍ତିକ ପୂର୍ଣ୍ଣିମା ଦିବସରେ ଜ୍ବାଇଁ ସଂଜୀବ ଶ୍ୱଶୁର ଘରକୁ ଆସିଥିଲେ। ଶ୍ୱଶୁର ଘରେ ସଂଜୀବ ଓ ତାଙ୍କ ସ୍ତ୍ରୀ, ଶାଶୁ-ଶ୍ୱଶୁରଙ୍କ ସହିତ ବଚସା ହୋଇଥଲା। ସଂଜୀବ ରାଗିଯାଇ ଘରେ ଥିବା କଟୁରି ଧରି ମାରିବାକୁ ଧମକାଇଥିଲେ। ଶ୍ୱଶୁର ଘରେ ଏଭଳି ଘଟଣା କିଛି ନ କରିବାକୁ ବିରୋଧ କରିବା ପରେ ସଂଜୀବ ଉତ୍‌କ୍ଷିପ୍ତ ହୋଇ ସ୍ତ୍ରୀ ପୁଷ୍ପଲତାଙ୍କ ମୁଣ୍ଡକୁ କଟୁରିରେ ହାଣିଦେଇଥିଲେ। ଶାଶୁ ଓ ଶ୍ୱଶୁର ବିରୋଧ କରିବାରୁ ତାଙ୍କୁ ମଧ୍ୟ କଟୁରିରେ ହାଣିବା ଦ୍ୱାରା ଶ୍ୱଶୁର ଚନ୍ଦ୍ରମଣିଙ୍କ ହାତର ଦୁଇଟି ଆଙ୍ଗୁଠି କଟିଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରଥମେ ବାଙ୍କୀ ଉପଖଣ୍ଡ ଚକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିବା ସହିତ ଏଭଳି ଜଘନ୍ୟ କାଣ୍ଡ ଘଟାଇଥିବା ଜ୍ବାଇଁ ସଂଜୀବଙ୍କୁ ଗିରଫ କରି ଥାନାରେ ଅଟକ ରଖାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri