ଢ଼ାବା ମାଲିକାଣୀଙ୍କୁ ହତ୍ୟା ପାଇଁ ଶୁଟରଙ୍କୁ ଡକାଇଥିଲେ ଜ୍ୱାଇଁ

ଖଡିଆଳ,୧୧।୮(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଧୀନ ଡୁଆଝରସ୍ଥିତ ଆପନା ଢ଼ାବା ମାଲିକାଣୀ ବାସନ୍ତୀ ମେହେର ହତ୍ୟା ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାସ କରିଛି। ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରିଛି।

ପୋଲିସ ଅଭିଯୁକ୍ତଠାରୁ ନଗଦ ୯୦ ହଜାର ଟଙ୍କା, ୪ଟି ମୋବାଇଲ ଫୋନ, ୨ଟି ବାଇକ୍‌ ଜବତ କରିଛି। ହତ୍ୟାକାଣ୍ଡରେ ବାସନ୍ତୀଙ୍କ ଜ୍ୱାଇଁ ଏବଂ ତାଙ୍କବଡଭାଇ ସାମିଲ ଥିବା ବୁଧବାର ଖଡିଆଳ ଥାନା କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ନୂଆପଡ଼ା ଏସ୍‌ପି ପ୍ରତ୍ୟୁଷ ଦିବାକର ଏହି ସୂଚନା ଦେଇଛନ୍ତି।

ଏହି ଘଟଣାରେ ଆଉ କେତେକଙ୍କ ସମ୍ପୃକ୍ତି ରହିଛି ଏବଂ ତଦନ୍ତରେ ବାଧା ଉପୁଜିବା ଆଶଙ୍କା ଥିବାରୁ ଗିରଫ ଅଭିଯୁକ୍ତଙ୍କ ନାମ ପ୍ରକାଶ କରାଯାଇ ନାହିଁ। ଏ ନେଇ ଖଡିଆଳ ଥାନା ପୋଲିସ ଏକ ହତ୍ୟା ମାମଲା (ନଂ.୨୭୧/୨୧) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।

ବାସନ୍ତୀଙ୍କୁ ହତ୍ୟା କରିବା ନେଇ ଜ୍ୱାଇଁ ଏବଂ ତାଙ୍କର ବଡଭାଇ ଯୋଜନା କରିଥିଲେ। ଯୋଜନା ମୁତାବକ, ସେମାନେ ବୁର୍ଲା ଅଞ୍ଚଳରୁ ୨ ସାର୍ପ ଶୁୁଟରଙ୍କୁ ନିଯୁକ୍ତି କରିଥିଲେ। ଉଭୟଙ୍କ ମଧ୍ୟରେ ୬ ଲକ୍ଷ ଟଙ୍କା ଡିଲ ହୋଇଥିଲା। ଆଗୁଆ ୨ ଲକ୍ଷ ଟଙ୍କା ଦେଇଥିଲେ। ହତ୍ୟା ପରେ ୪ ଲକ୍ଷ ଟଙ୍କା ଦେବା ନେଇ ସ୍ଥିର ହୋଇଥିଲେ। ଯୋଜନା ମୁତାବକ ୨ ସୁଟର ଦେଶୀ ବନ୍ଧୁକ ଧରି ଢାବରେ ପହଞ୍ଚିଥିଲେ। ସେମାନେ ଖାଦ୍ୟ ମାଗିବାକୁ କାଉଣ୍ଟର ନିକଟକୁ ଯାଇ ବାସନ୍ତୀଙ୍କୁ ଗୁଳି କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖଡିଆଳ ପୋଲିସ ଏସ୍‌ଡିପିଓ ସନ୍ତକ ଜେନା ଓ କୈଳାଶ ଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ ୨ଟି ଟିମ୍‌ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲେ।

ସୂଚନାଯାଗ୍ୟ, ଜୁଲାଇ ୩୧ ତାରିଖ ରାତିରେ ବାସନ୍ତୀ ମେହେର(୪୭)ଙ୍କ ଉପରକୁ କେହି ଦୁର୍ବୃତ୍ତ ଗୁଳିଚଳାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଖଡ଼ିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri