ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ ଏବଂ ଶଳା ନିଆଁରେ ପୋଡ଼ି ଗୁରୁତର ହୋଇଛନ୍ତି। ଅନ୍ୟପଟେ ଅଭିଯୁକ୍ତ ଜ୍ୱାଇଁଙ୍କୁ କାବୁ କରି ପୋଲିସରେ ଜିମା ଦେଇଛନ୍ତି ସ୍ଥାନୀୟ ଲୋକେ। ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମରେ ଘଟିଛି ଏହି ଅଭାବନୀୟ ଘଟଣା ।

ସୂଚନାନୁଯାୟୀ, ନାରାୟଣପୁର ଗ୍ରାମର ରାଜେନ୍ଦ୍ର ସାମନ୍ତରାୟ ତାଙ୍କ ଝିଅକୁ ସୋର ଅଞ୍ଚଳ ମାଣତ୍ରୀ ଗ୍ରାମରେ କରୁଣାକର କବିଙ୍କୁ ବିବାହ ଦେଇଥିଲେ। ୭ ବର୍ଷ ପୂର୍ବରୁ ବିବାହ ହୋଇଥିବା ବେଳେ ତାଙ୍କର ଦୁଇ ଜଣ ସନ୍ତାନ ଅଛନ୍ତି। ତେବେ ବିବାହ ପରଠାରୁ ଦୁହିଁଙ୍କ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ଦେଖା ଦେଇଥିଲା ଏବଂ ତାଙ୍କ ସ୍ବାମୀ ତାଙ୍କୁ ନିର୍ଯାତନା ଦେଉଥିବା ନେଇ ସେ ଆଇନର ଆଶ୍ରୟ ନେଇଥିଲେ। ଏକ ମାସ ହେବ ସେ ନିର୍ଯାତନା ସହି ନ ପରି ବାପଘରକୁ ପଳାଇ ଆସିଥିଲେ। ମଙ୍ଗଳବାର ରାତିରେ ଜ୍ୱାଇଁ କରୁଣାକର ଶ୍ବଶୁର ଘରେ ପହଞ୍ଚି ପାଟିତୁଣ୍ତ କରିବା ସହ ଉତ୍‌କ୍ଷିପ୍ତ ହୋଇ ସାଙ୍ଗରେ ଆଣି ଥିବା ପେଟ୍ରୋଲ ସ୍ତ୍ରୀ ଉପରକୁ ଫିଙ୍ଗି ନିଆଁ ଲଗାଇବା ବେଳେ ପରିବାର ଲୋକ ବିରୋଧ କରିବାରୁ ସେମାନଙ୍କ ଉପରକୁ ମଧ୍ୟ ପେଟ୍ରୋଲ ଫିଙ୍ଗି ନିଆଁ ଲଗାଇ ଦେଇଥିଲେ। ଯାହା ଫଳରେ ଝିଅ ସମେତ ଅନ୍ୟମାନେ ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ। ଚିତ୍କାର ଶୁଣି ସ୍ଥାନୀୟ ଲୋକ ପହଞ୍ଚି ଜ୍ୱାଇଁକୁ କାବୁ କରି ପୋଲିସରେ ଜିମା ଦେବା ସହ ସମସ୍ତ ଗୁରୁତରମାନଙ୍କୁ ପ୍ରଥମେ ପ୍ରତାପପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri