ଝିଅର ସିନ୍ଦୂର ପୋଛିଦେଲେ ବାପା: ଜ୍ୱାଇଁଙ୍କୁ ପିଟି ମାରିଦେଲେ

ଟିକିରି,୨୦।୨(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଟିକିରି ଥାନା ଅନ୍ତର୍ଗତ ମୁଣ୍ଡାଗାଁଠାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଙ୍କ ଠେଙ୍ଗାମାଡ଼ରେ ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଦ୍ୟା ଝୋଡ଼ିଆ (୨୦)। ଟିକିରି ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ହତ୍ୟାକାରୀ ଶ୍ୱଶୁର ବୁଡୁ ଝୋଡିଆଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ପୋଲିସ ସୂଚନା ଅନୁଯାୟୀ, ମୁଣ୍ଡାଗାଁରେ ଗତ ସୋମବାର ମାଘ ମହାଯାତ୍ରାରେ ଏକ ନାଟକ ଚାଲିଥିଲା। ଏହି ସମୟରେ ଉଭୟ ଶ୍ୱଶୁର ବୁଡୁ ଓ ଜ୍ୱାଇଁ ବିଦ୍ୟା ଅତ୍ୟଧିକ ମଦ୍ୟପାନକରି କୌଣସି ବିଷୟକୁ ନେଇ ଗଣ୍ଡଗୋଳ କରିଥିଲେ। ଏଥିରେ ଶ୍ୱଶୁର ବୁଡୁ ଉତ୍‌କ୍ଷିପ୍ତ ହୋଇ ପାଖରେ ପଡିଥିବା ଏକ ବାଉଁଶ ଠେଙ୍ଗା ଧରି ଜ୍ୱାଇଁ ବିଦ୍ୟାଙ୍କ ମୁଣ୍ଡରେ ଆଘାତ କରିବାରୁ ସେ ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ଉଷାପଡ଼ାସ୍ଥିତ ଉତ୍କଳ ହସ୍ପିଟାଲକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ପରିବାର ଲୋକେ ତାଙ୍କୁ ଘରକୁ ନେଇ ଆସିଥିଲେ। ହେଲେ ଗୁରୁବାର ପୁଣି ଥରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ମେଡିକାଲ ନେବା ସମୟରେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।

ଖବରପାଇ ଟିକିରି ଥାନା ଆଇଆଇସି ବିଶ୍ୱବନ୍ଦିନୀ ବାଗ ଏବଂ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି । ସୂଚନାଯୋଗ୍ୟ, ମୃତକ ବିଦ୍ୟା ୩ ବର୍ଷ ପୂର୍ବେ ବୁଡୁଙ୍କ ଝିଅକୁ ବିବାହ କରିଥିଲେ। ତାଙ୍କର ଗୋଟିଏ ପୁଅ ଥିବାବେଳେ ସ୍ତ୍ରୀ ୫ ମାସର ଗର୍ଭବତୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri