ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିଦେବାକୁ ଉଦ୍ୟମ କରିଛି। ଏହି ସଂଘାତିକ ଆକ୍ରମଣରେ ଶାଶୁ ଓ ଶ୍ୱଶୁର ଗୁରୁତର ଭାବେ ଆହତ ହୋଇ ମେଡିକାଲରେ ଜୀବନ ସହ ସଂଗ୍ରାମ କରୁଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆଲୋଡନ ସୃଷ୍ଟି କରିଛି।

ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ ନାଉପଦା ଗ୍ରାମର ସେକ ହାରୁନ ଅଲ୍ଲୀ ଏବଂ ସୁହାନା ବିବିଙ୍କ ଝିଅ ସାବାନା ଖାତୁନ, ବାରିପଦା ଭଞ୍ଜପୁର ଥାନା ଅଧୀନ ରଘୁନାଥପୁର (ୱାର୍ଡ ନମ୍ବର ୨୨)ର ସେକ ସଗିରଙ୍କୁ ୫ ବର୍ଷ ତଳେ ପ୍ରେମ ବିବାହ କରିଥିଲେ। ତେବେ ବିବାହର କିଛି ଦିନ ପରେ ସଗିରଙ୍କ ଅସଲ ରୂପ ପଦାକୁ ଆସିଥିଲା। ସେ ପ୍ରତିଦିନ ମଦ୍ୟପାନ କରି ସାବାନାଙ୍କୁ ଅଯଥାରେ ଗାଳିଗୁଲଜ କରିବା ସହ ପ୍ରବଳ ମାରପିଟ କରୁଥିଲେ। ସ୍ୱାମୀର ନିର୍ଦ୍ଦୟ ମାଡ଼ ଯୋଗୁ ସାବାନାଙ୍କ ଡାହାଣ ଗୋଡ଼ ମଧ୍ୟ ଭାଙ୍ଗି ଯାଇଥିଲା।

ସ୍ୱାମୀର ଅତ୍ୟାଚାର ଅସହ୍ୟ ହେବାରୁ ଗତ ୫ ମାସ ହେବ ସାବାନା ନିଜର ପୁଅ ଓ ଝିଅକୁ ଧରି ନାଉପଦାସ୍ଥିତ ବାପଘରକୁ ପଳାଇ ଆସି ରହୁଥିଲେ। ମାତ୍ର ସେଠାରେ ମଧ୍ୟ ତାଙ୍କୁ ସୁରକ୍ଷା ମିଳି ନ ଥିଲା। ଗତ ମେ ୩୧ ତାରିଖ ରାତି ପ୍ରାୟ ୧ଟା ୩୦ ମିନିଟ୍‌ରେ ସଗିର ମଦ ନିଶାରେ ଚୁର୍ ହୋଇ ସାବାନାଙ୍କ ବାପଘରେ ପହଞ୍ଚିଥିଲେ। ସେଠାରେ ସେ ପେଟ୍ରୋଲ ଢାଳି ଲୁଗାପଟା ଜାଳିଦେବା ସହ ସାବାନା ଓ ତାଙ୍କ ପରିବାର ଲୋକଙ୍କୁ ଜୀବନରୁ ମାରିଦେବାକୁ ଚେଷ୍ଟା କରି ଫେରାର ହୋଇଯାଇଥିଲେ। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ମାମଲା (ନଂ-୭୨/୨୬) ରୁଜୁ କରିଥିଲେ ସୁଦ୍ଧା ଅଭିଯୁକ୍ତ ସଗିର ଫେରାର ଥିଲେ।

ପୁଲିସ ଆଖିରେ ଧୂଳି ଦେଇ ଫେରାର ଥିବା ସଗିର ଗତକାଲି ରାତି ପ୍ରାୟ ୨ଟା ୩୦ ମିନିଟ୍‌ରେ ପୁଣିଥରେ ନାଉପଦା ଗ୍ରାମରେ ପହଞ୍ଚିଥିଲା। ସମସ୍ତେ ଶୋଇଥିବା ବେଳେ ସେ ସେକ ହାରୁନ (ଶ୍ୱଶୁର) ଏବଂ ସୁହାନା ବିବି (ଶାଶୁ)ଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ନିଆଁରେ ପୋଡ଼ି ହୋଇ ସେକ ହାରୁନ ଓ ସୁହାନା ବିବି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବାରିପଦାସ୍ଥିତ ପିଆରଏମ (PRM) ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି, ସେଠାରେ ସେମାନଙ୍କ ଚିକିତ୍ସା ଚାଲିଛି।

ଏହି ସଂଘାତିକ କାଣ୍ଡ ସମ୍ପର୍କରେ ଶୁଳିଆପଦା ଥାନା ଅଧିକାରୀ ସତ୍ୟ ନାରାୟଣ ବଳ ସୂଚନା ଦେଇଛନ୍ତି ଯେ, ପୂର୍ବ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି ଏବଂ ଅଭିଯୁକ୍ତକୁ ଧରିବା ପାଇଁ ଚଢ଼ାଉ ଜାରି ରହିଛି। ତେବେ ଗତକାଲି ରାତିରେ ଘଟିଥିବା ଦ୍ୱିତୀୟ ପେଟ୍ରୋଲ ଆକ୍ରମଣ ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା ପରିବାର ପକ୍ଷରୁ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ସେ ପ୍ରକାଶ କରିଛନ୍ତି। ପରିବାର ଲୋକେ ବର୍ତ୍ତମାନ ଆହତଙ୍କ ଚିକିତ୍ସାରେ ବ୍ୟସ୍ତ ଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?