ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା

ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ ହେଲେ ସୋହେଲା ଥାନା ବୁଡାମାଲ ଗ୍ରାମର ଗୋବିନ୍ଦ ପ୍ରଧାନ(୩୭) ।

ମିଳିଥିବା ସୂଚନା ମୁତାବକ, ଗୋବିନ୍ଦ ଏବଂ ତାଙ୍କ ସ୍ତ୍ରୀ ବେବି ପ୍ରଧାନଙ୍କ ସହ ପାଇକମାଳ ଥାନା ନରସିଂହପଡାରେ ରହୁଥିଲେ। ହେଲେ କିଛି ଦିନ ହେଲା ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମନାନ୍ତର ହୋଇଥିଲା। ଫଳରେ ଗୋବିନ୍ଦ ନୃସିଂହନାଥ ବିବାସିନୀ ମନ୍ଦିର ନିକଟରେ ଏକ ଖେଳଣା ଦୋକାନ କରି ସେଠାରେ ରହୁଥିଲେ। ବୁଧବାର ସନ୍ଧ୍ୟାରେ ଗୋବିନ୍ଦ ନୃସିଂହପଡ଼ାରେ ରହୁଥିବା ସ୍ତ୍ରୀଙ୍କ ପାଖକୁ ଆସିଥିଲା। ସେଠାରେ ସେମାନଙ୍କ ମଧ୍ୟରେ ଝଗଡା ହୋଇଥିଲା। ସେତିକିବେଳେ ସ୍ତ୍ରୀ ଓ ଶାଶୁ ଗୋଲାପି ପ୍ରଧାନ ମିଶି ଗୋବିନ୍ଦଙ୍କୁ ଗାଳିଗୁଲଜ କରିଥିବା ପଡାବାସୀ କହିଛନ୍ତି।

ହେଲେ ବୁଧବାର ବିଳମ୍ବିତ ରାତିରେ ଗୋବିନ୍ଦଙ୍କୁ ରକ୍ତାକ୍ତ ଅବସ୍ଥାରେ ଶ୍ୱଶୁର ଘର ଲୋକେ ପାଇକମାଳ ସରକାରୀ ଚିକିତ୍ସାଳୟକୁ ଆଣିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପଦ୍ମପୁର ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଗୋବିନ୍ଦଙ୍କ ବାପା ନିରଞ୍ଜନ ପ୍ରଧାନ ସୋହେଲାରୁ ପଦ୍ମପୁର ଆସିଥିଲେ। ପୁଅର ମୃତଦେହ ଦେଖି ପାଇକମାଳ ଆସି ଥାନାରେ ପହଞ୍ଚି ପୁଅକୁ ହତ୍ୟା କରାଯାଇଥିବା ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗକୁ ଭିତ୍ତି କରି ପାଇଲମାଳ ଥାନା ପୋଲିସ ଏକ ମାମଲା(ନଂ.୧୨/୨୫ ଧାରା୧୦୩(୧)/୩(୫) ବିଏନ୍‌ଏସ୍‌ ଅନୁସାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗୁରୁବାର ଅପରାହ୍ନରେ ସାଇଣ୍ଟିଫିକ ଟିମ୍‌ ନୃସିଂହପଡ଼ା ଗାଁରେ ପହଞ୍ଚି ଘଟଣାର ଅନୁସନ୍ଧାନ କରି ଫେରିଛି। ଏନେଇ ପାଇକମାଳ ଥାନା ଆଇଆଇସି ସୁଶାନ୍ତ କୁମାର ପ୍ରଧାନଙ୍କୁ ପଚାରିବାରୁ ଅଭିଯୋଗକୁ ଭିତ୍ତି କରି ପୋଲିସ ସ୍ତ୍ରୀ ବେବି ପ୍ରଧାନ ଓ ତାଙ୍କ ମା’ ଗୋଲାପି ପ୍ରଧାନଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri