ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା

ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ ହେଲେ ସୋହେଲା ଥାନା ବୁଡାମାଲ ଗ୍ରାମର ଗୋବିନ୍ଦ ପ୍ରଧାନ(୩୭) ।

ମିଳିଥିବା ସୂଚନା ମୁତାବକ, ଗୋବିନ୍ଦ ଏବଂ ତାଙ୍କ ସ୍ତ୍ରୀ ବେବି ପ୍ରଧାନଙ୍କ ସହ ପାଇକମାଳ ଥାନା ନରସିଂହପଡାରେ ରହୁଥିଲେ। ହେଲେ କିଛି ଦିନ ହେଲା ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମନାନ୍ତର ହୋଇଥିଲା। ଫଳରେ ଗୋବିନ୍ଦ ନୃସିଂହନାଥ ବିବାସିନୀ ମନ୍ଦିର ନିକଟରେ ଏକ ଖେଳଣା ଦୋକାନ କରି ସେଠାରେ ରହୁଥିଲେ। ବୁଧବାର ସନ୍ଧ୍ୟାରେ ଗୋବିନ୍ଦ ନୃସିଂହପଡ଼ାରେ ରହୁଥିବା ସ୍ତ୍ରୀଙ୍କ ପାଖକୁ ଆସିଥିଲା। ସେଠାରେ ସେମାନଙ୍କ ମଧ୍ୟରେ ଝଗଡା ହୋଇଥିଲା। ସେତିକିବେଳେ ସ୍ତ୍ରୀ ଓ ଶାଶୁ ଗୋଲାପି ପ୍ରଧାନ ମିଶି ଗୋବିନ୍ଦଙ୍କୁ ଗାଳିଗୁଲଜ କରିଥିବା ପଡାବାସୀ କହିଛନ୍ତି।

ହେଲେ ବୁଧବାର ବିଳମ୍ବିତ ରାତିରେ ଗୋବିନ୍ଦଙ୍କୁ ରକ୍ତାକ୍ତ ଅବସ୍ଥାରେ ଶ୍ୱଶୁର ଘର ଲୋକେ ପାଇକମାଳ ସରକାରୀ ଚିକିତ୍ସାଳୟକୁ ଆଣିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପଦ୍ମପୁର ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଗୋବିନ୍ଦଙ୍କ ବାପା ନିରଞ୍ଜନ ପ୍ରଧାନ ସୋହେଲାରୁ ପଦ୍ମପୁର ଆସିଥିଲେ। ପୁଅର ମୃତଦେହ ଦେଖି ପାଇକମାଳ ଆସି ଥାନାରେ ପହଞ୍ଚି ପୁଅକୁ ହତ୍ୟା କରାଯାଇଥିବା ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗକୁ ଭିତ୍ତି କରି ପାଇଲମାଳ ଥାନା ପୋଲିସ ଏକ ମାମଲା(ନଂ.୧୨/୨୫ ଧାରା୧୦୩(୧)/୩(୫) ବିଏନ୍‌ଏସ୍‌ ଅନୁସାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗୁରୁବାର ଅପରାହ୍ନରେ ସାଇଣ୍ଟିଫିକ ଟିମ୍‌ ନୃସିଂହପଡ଼ା ଗାଁରେ ପହଞ୍ଚି ଘଟଣାର ଅନୁସନ୍ଧାନ କରି ଫେରିଛି। ଏନେଇ ପାଇକମାଳ ଥାନା ଆଇଆଇସି ସୁଶାନ୍ତ କୁମାର ପ୍ରଧାନଙ୍କୁ ପଚାରିବାରୁ ଅଭିଯୋଗକୁ ଭିତ୍ତି କରି ପୋଲିସ ସ୍ତ୍ରୀ ବେବି ପ୍ରଧାନ ଓ ତାଙ୍କ ମା’ ଗୋଲାପି ପ୍ରଧାନଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri