ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା: ସ୍ତ୍ରୀଙ୍କ ସମେତ ଶାଶୁ, ଶ୍ବଶୁର ଗିରଫ

ବରଗଡ଼,୨୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ତରାଜୁଙ୍ଗା ଗ୍ରାମରେ ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। । ଭଟଲି ପୋଲିସ ଏହି ଘଟଣାରେ ସ୍ତ୍ରୀ ସୁନୀତାଙ୍କ ସମେତ ଶାଶୁ, ଶ୍ବଶୁରଙ୍କୁ ଗିରଫ କରିଛି। ଗୁରୁବାର ସେମାନଙ୍କୁ ବରଗଡ଼ କୋର୍ଟକୁ ଚାଲାଣ କରାଯାଇଛି। ଏ ନେଇ ଭଟଲି ଥାନାରେ ଭାରତୀୟ ନ୍ୟାୟ ସଂହିତା ୧୦୩(୧) ଓ ୩(୫) ଦଫାରେ ଏକ ମାମଲା ରୁଜୁ ହୋଇଛି।

ସୂଚନା ଅନୁଯାୟୀ, ଛତିଶଗଡ଼ ରାଜ୍ୟର ଉସରତ୍ ଗ୍ରାମର ଭାନୁ ଚୌହାନ ତରାଜୁଙ୍ଗା ଗ୍ରାମର ଗଜାନନ କଳିୟାରୀଙ୍କ ଝିଅ ସୁନିତାଙ୍କୁ ବିବାହ କରିଥିଲେ । ସୁନିତା ବର୍ଷେ ହେବ ନିଜ ମାଆବାପାଙ୍କ ସହ ରହୁଥିଲେ ତେବେ ଗତ ୨୫ ତାରିଖ ସ୍ୱାମୀ ଭାନୁ ତାଙ୍କୁ ନେବା ପାଇଁ ଶ୍ବଶୁର ଘରକୁ ପହଞ୍ଚିଥିଲେ । ସେଠାରେ ସ୍ଵାମୀ, ସ୍ତ୍ରୀ ମଧ୍ୟରେ କଳିଗୋଳ ହୋଇଥିଲା । ଭାନୁଙ୍କ ସ୍ତ୍ରୀଙ୍କ ସହ ଶାଶୁ, ଶ୍ୱଶୁର ମିଶି ଭାନୁଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏପରିକି ସେ ଗୁରୁତର ଆହତ ହୋଇଥିବା ବେଳେ ସେମାନେ ତାଙ୍କୁ ଘରେ ବନ୍ଦ କରି ରଖିଥିଲେ । ପରେ ପୋଲିସ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ବନ୍ଦ ଘରୁ ଭାନୁଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଭୀମସାର୍, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଭାନୁଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?