ଚଳନ୍ତା ବାଇକ୍‌ରେ ଶାଶୁଙ୍କୁ ହତ୍ୟା, ପରିବାର ଲୋକଙ୍କୁ କହିଲେ ହାର୍ଟ ଆଟାକ୍‌, ମାତ୍ର ଏମିତି ରହସ୍ୟ ଖୋଲିଦେଲା ପୋଲିସ…

ହାଇଦ୍ରାବାଦ,୨୮ା୬: ତେଲଙ୍ଗାନାର କରିମନଗର ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଜ୍ୱାଇଁ ତାଙ୍କ ଶାଶୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଯାହାକି କି ସିସିଟିଭିରେ ପୂରା ଘଟଣା କଏଦ ହୋଇଛି। ଏହା ପରେ ପୋଲିସ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ କରି ଘଟଣାର ପର୍ଦ୍ଦାଫାଶ କରିଛି।

ମୃତକାଙ୍କ ନାମ ଅରୁଣା ହୋଇଥିବାବେଳେ ଅଭିଯୁକ୍ତ ଜ୍ୱାଇଁଙ୍କ ନାମ ସ୍ନେହିତ(୨୮)। ସେ କବିତା ନାମକ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ରିପୋର୍ଟ ଅନୁଯାୟୀ, ୨୯ ଏପ୍ରିଲରେ ସ୍ନେହିତ ତାଙ୍କ ଶାଶୁ ଅରୁଣାଙ୍କୁ ତାଙ୍କ ବାଇକ୍‌ ପଛରେ ବସାଇ କୌଣସି ସ୍ଥାନକୁ ନେଉଥିଲେ।

ଶାଶୁ ବାଇକ୍‌ ପଛରେ ବସିଥିବାବେଳେ ଜ୍ୱାଇଁ ସ୍ନେହିତ ତାଙ୍କୁ ହେଲମେଟ ସାହାଯ୍ୟରେ ଆକ୍ରମଣ କରିଥିଲେ। ଫଳରେ ଶାଶୁ ଅରୁଣା ଭାରସାମ୍ୟ ହରାଇ ବାଇକ୍‌ରୁ ଖସିପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଅରୁଣାଙ୍କର ମୃତ୍ୟୁ ଘଟିଥିଲା।

ଏହା ପରେ ସ୍ନେହିତ ମାମଲାକୁ ଲୁଚାଇବାକୁ ଚେଷ୍ଟା କରିଥିଲେ। ସେ ପରିବାର ଏବଂ ଅନ୍ୟମାନଙ୍କୁ ଭ୍ରମିତ କରିବାକୁ ଚେଷ୍ଟା କରିଥିଲେ। ଏପରିକି ସେ କହିଥିଲେ ଶାଶୁଙ୍କୁ ହାର୍ଟ ଆଟାକ୍‌ ଆସିଲା ସେ ବାଇକ୍‌ରୁ ଖସିପଡ଼ିଲେ। ଏହି କଥା ଶୁଣି ପରିବାର ଲୋକଙ୍କର ସନ୍ଦେହ ସୃଷ୍ଟି ହୋଇଥିଲା।

କିନ୍ତୁ ଯେତେବେଳେ ପୋଲିସ ନିକଟସ୍ଥ ସିସିଟିଭି ଯାଞ୍ଚ କଲା, ପୂରା ସତ୍ୟ ଘଟଣା ସାମ୍ନାକୁ ଆସିଲା। ଫୁଟେଜ୍‌ରୁ ସ୍ପଷ୍ଟ ଭାବରେ ଜଣାପଡୁଥିଲା ଯେ, ସ୍ନେହିତ ତାଙ୍କ ହେଲମେଟ୍‌ରେ ଜାଣିଶୁଣି ଆକ୍ରମଣ କରିଥିଲେ, ଯାହା ସ୍ପଷ୍ଟ କରିଥିଲା, ଏହା ଏକ ଦୁର୍ଘଟଣା ନୁହେଁ ବରଂ ଏକ ଯୋଜନାବଦ୍ଧ ହତ୍ୟା।

ସତ୍ୟ ସାମ୍ନାକୁ ଆସିବା ପରେ, ଅଭିଯୁକ୍ତଙ୍କ ସ୍ତ୍ରୀ କବିତା ମଧ୍ୟ ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ ଦାଖଲ କରିଥିଲେ। ପୋଲିସ ତୁରନ୍ତ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି।

ପୋଲିସ ଅଧିକାରୀମାନେ କହିଛନ୍ତି, ମାମଲାର ପ୍ରତ୍ୟେକ ଦିଗ ତଦନ୍ତ କରାଯାଉଛି ଏବଂ ହତ୍ୟା ପଛରେ କାରଣ କ’ଣ ତାହା ଜାଣିବାକୁ ମିଳୁଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri