ଶ୍ୱଶୁର ଘରେ ଜ୍ୱାଇଁଙ୍କ ଗୁଣ୍ଡାଗିରି: ବନ୍ଧୁକ ଦେଖାଇ ସ୍ତ୍ରୀ, ଶିଶୁକନ୍ୟାକୁ ଅପହରଣ

ରୂପସା,୧୯।୭( ବାଞ୍ଛାନିଧି ଦେ): ଶ୍ୱଶୁର ଘରେ ଜ୍ୱାଇଁଙ୍କ ଗୁଣ୍ଡାଗିରି । ବିଳମ୍ବିତ ରାତିରେ ଶ୍ବଶୁର ଘର ଲୋକଙ୍କୁ ମାରଣାନ୍ତକ ଆକ୍ରମଣ କରି ସ୍ତ୍ରୀ ଏବଂ ୮ ମାସର ଶିଶୁକନ୍ୟାକୁ ଅପହରଣ କରି ସ୍ବାମୀ ଫେରାର। ଅପରପକ୍ଷରେ ଝିଅ ଏବଂ ନାତୁଣୀକୁ ଉଦ୍ଧାର ପାଇଁ ଅପହୃତା ମହିଳାଙ୍କ ବାପାଘର ଲୋକେ ଥାନାର ଦ୍ବାରସ୍ଥ ହୋଇଛନ୍ତି । ଅଭିଯୋଗ ପାଇବା ପରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି ।
ସୂଚନା ମୁତାବକ ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ସଦର ବ୍ଲକ ଆଳୁମେଦା ଗ୍ରାମର ବ୍ରଜମୋହନ ମହାନ୍ତିଙ୍କ ଝିଅ ସୌମ୍ୟା ସୁଚୟତାଙ୍କ ସହ ରାଇପୁର ଗ୍ରାମର ଦେବେନ୍ଦ୍ର ସାହୁ ଙ୍କର ୮ ବର୍ଷ ପୂର୍ବରୁ ବିବାହ ହୋଇଥିଲା । ଦେବେନ୍ଦ୍ର ବିବାହ ପରଠାରୁ ସ୍ତ୍ରୀଙ୍କୁ ନିର୍ଯ୍ୟାତନା ଦେଇ ଆସୁଥିବା ଅଭିଯୋଗ ହୋଇଥିଲା। ଏ ନେଇ ବିଭିନ୍ନ ସମୟରେ ଗ୍ରାମବାସୀ ଓ ଭଦ୍ରବ୍ୟକ୍ତିଙ୍କ ମଧ୍ୟରେ ବୈଠକ ବସି ଆପୋଷ ସମାଧାନ ହୋଇଥିଲା । ଗତବର୍ଷ ଦେବେନ୍ଦ୍ର ନିଶାଗ୍ରସ୍ତ ଅବସ୍ଥାରେ ସ୍ତ୍ରୀଙ୍କୁ ମାରଣାନ୍ତକ ଆକ୍ରମଣ କରିବା ସହ ହତ୍ୟା ଉଦ୍ୟମ କରିଥିଲେ ବୋଲି ଥାନାରେ ଅଭିଯୋଗ ହୋଇଥିଲା । ଝିଅଙ୍କ ଜୀବନ ପ୍ରତି ବିପଦ ଥିବାରୁ ବାପାଘର ଲୋକେ ତାଙ୍କୁ ଓ ତାଙ୍କ ଶିଶୁ କନ୍ୟାକୁ ଘରକୁ ନେଇଯାଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ସ୍ବାମୀ ଦେବେନ୍ଦ୍ର ୧୫ରୁ ଊର୍ଦ୍ଧ୍ୱ ସହଯୋଗୀଙ୍କୁ ନେଇ ଶ୍ବଶୁର ଘରେ ପହଞ୍ଚିଥିଲେ। ବନ୍ଧୁକ ଭୁଜାଲି, ଖଣ୍ଡା, ଛୁରି ଆଦି ମାରଣାସ୍ତ୍ରରେ ଦେଖାଇ ଶ୍ବଶୁର, ଶାଶୁ ଏବଂ ଶଳାଙ୍କୁ ଆକ୍ରମଣ କରି ଭୟଭୀତ କରାଇଥିଲେ । ପରେ କବାଟ ଭାଙ୍ଗି ଜୋର ଜବରଦସ୍ତ ସ୍ତ୍ରୀ ଏବଂ ୮ ମାସର ଶିଶୁକନ୍ୟାକୁ ନେଇ ସେଠାରୁ ଫେରାର ହୋଇଯାଇଥିଲେ। ଘଟଣା ସମ୍ପର୍କରେ ପରିବାର ଲୋକେ ସଙ୍ଗେ ସଙ୍ଗେ ସିଂଲା ଥାନା ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ଏଯାବ୍‌ତ ଅପହୃତା କି ଅଭିଯୁକ୍ତମାନଙ୍କର କୌଣସି ସନ୍ଧା ନ ମିଳିନ ଥିବା ଜଣାପଡିଛି । ମାଆ, ଝିଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ସହ ଅଭିଯୁକ୍ତଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସିଂଲା ଥାନା ଦାୟିତ୍ୱରେ ଥିବା ବାଲିଆପାଳ ଥାନା ଆଇଆଇସିଙ୍କୁ ବୁଧବାର ଭେଟି ସୌମ୍ୟାଙ୍କ ମା’, ବାପା ଓ ଭାଇ ନିବେଦନ କରିଛନ୍ତି । ଏ ନେଇ ସିଂଲା ଥାନା ରେ ୧୩୧/୨୩ ନଂ ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri