Posted inରାଜ୍ୟ

ମା’, ବାପାଙ୍କୁ ପନିକିରେ ହାଣି ହତ୍ୟା କଲା ପୁଅ

ନୂଆଗାଁ, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଘଟିଛି ଅଭାବନୀୟ ଘଟଣା । ସାନପୁଅର ବିବାହ ଲାଗି ଜମି ବିକ୍ରି କଥା କହିବାରୁ ବଡ଼ପୁଅ ପନିକିରେ ମା’ବାପାଙ୍କୁ ହାଣି ହତ୍ୟା କରିଛି। ମୃତକମାନେ ହେଲେ ମୋନବଧ ସିଂ (୬୫) ଓ ତାଙ୍କ ସ୍ତ୍ରୀ ଲୀଲା ସିଂ (୬୦)। ବଡ଼ପୁଅ ଜୟ ସିଂଙ୍କୁ ପୋଲିସ ଗିରଫ କରିଛି।
ବିଶପୁର ଗ୍ରାମର ମୁଳବାସିନ୍ଦା ମୋନବଧ ସପରିବାର ରହନ୍ତି। ଜୟ ଓ ସାନପୁଅ ସୁନୀଲ ମଧ୍ୟ ମା’ବାପାଙ୍କ ସହ ରହନ୍ତି। ଜୟ ବିବାହିତ। ସୁନୀଲ ଥିଲେ ଅବିବାହିତ। ସୁନୀଲଙ୍କ ବିବାହ ପାଇଁ କୁଆଡେ ଝିଅ ଖୋଜା ଚାଲିଥିଲା। ସେପଟେ ଜୟ ଅଧିକାଂଶ ସମୟରେ ବାହାର ରାଜ୍ୟକୁ ଯାଇ ଶ୍ରମିକ ଭାବେ କାମ କରୁଥିଲେ। ମଝିରେ ମଝିରେ ବିଶପୁରସ୍ଥିତ ନିଜ ଗାଁକୁ ଆସୁଥିଲେ। କିଛି ମାସ ପୂର୍ବରୁ ଜୟ ଗାଁକୁ ଫେରିଥିଲେ। ଏହି ସମୟରେ ସୁନୀଲଙ୍କ ବିବାହ କଥା ତାଙ୍କ ମା’ ଲୀଲା ଉଠାଇ ଥିଲେ। ସୁନୀଲଙ୍କ ବିବାହ ପାଇଁ ଜମି ବିକିବା ପାଇଁ ଘରେ ଆଲୋଚନା ଚାଲିଥିଲା। ଏହି ସମୟରେ ପରିବାର ମଧ୍ୟରେ କିଛି ଅସନ୍ତୋଷ ଦେଖା ଦେଇଥିଲା। ଶୁକ୍ରବାର ସକାଳେ ମଧ୍ୟ ଅନୁରୂପ ଭାବେ ଜମି ବିକାକୁ ନେଇ ଲୀଳା ଘରେ ଆଲୋଚନା କରୁଥିବାବେଳେ ଏଥିରେ ଉତ୍‌କ୍ଷିପ୍ତ ହୋଇ ବଡ ପୁଅ ଜୟ ମା’ ଓ ବାପାଙ୍କୁ ପନିକି ଓ ଶିଳପୁଆରେ ଆକ୍ରମଣ କରିଥିଲେ। ଏଥିରେ ମା’ ଓ ବାପା ଉଭୟଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିବା ବେଳେ ଘଟଣା ସ୍ଥଳରେ ହିଁ ପ୍ରଚୁର ରକ୍ତସ୍ରାବ ହୋଇ ସେମାନଙ୍କ ମୃତ୍ୟୁ ଘଟିଥିଲା। ଜୟଙ୍କ ଉଗ୍ରରୂପ ଦେଖି ଘରେ ଥିବା ତାଙ୍କ ସ୍ତ୍ରୀ ଭୟଭୀତ ହୋଇ ପଡିଥିଲେ। ଘଟଣାସ୍ଥଳକୁ ଯାଇ ଜୟଙ୍କୁ ବାରଣ କରିଥିଲେ। ଜୟ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ତାଙ୍କ ହାତରେ ଗଭୀର କ୍ଷତ ହୋଇଥିବା କୁହାଯାଉଛି। ଘଟଣା ସମୟରେ ସୁନୀଲ ଘରେ ନ ଥିଲେ।
ଖବରପାଇ ବିଶ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ହତ୍ୟାରେ ବ୍ୟବହୃତ ପନିକି, ଶିଳପୁଆ ଆଦିକୁ ଜବତ କରିଛି। ଏ ନେଇ ବିଶ୍ରା ଥାନାରେ ଏକ ହତ୍ୟା ମାମଲା (ନଂ. ୧୬୪/୨୦) ରୁଜୁ ହୋଇଛି। ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଦଳ ମଧ୍ୟ ପହଞ୍ଚତ୍ ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri