ମା’ଙ୍କ ଗଳାକୁ ବ୍ଲେଡରେ କାଟି ମାରିଦେଲା ପୁଅ

ବରପାଲି,୧୯।୪(ଡିଏନଏ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମା’ଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରି ଅଖାରେ ଭର୍ତ୍ତି କରିଦେଇଥିଲେ ପୁଅ।
ସୂଚନାଯୋଗ୍ୟ, କୁମ୍ଭାରୀ ଗ୍ରାମର ବନ୍ଧପଡ଼ା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ବିଧବା ମା’ କୋଶଳା ସାହୁ (୬୦) ପୁଅ ବିଦ୍ୟାଧର ସାହୁ (୩୨) ସହ ରହୁଥିଲେ। ବିଦ୍ୟାଧର ବିବାହିତ ହେଲେ ମଧ୍ୟ ତାଙ୍କ ସ୍ତ୍ରୀ ବାପ ଘରେ ରହୁଛନ୍ତି । ମଙ୍ଗଳବାର ମଧ୍ୟାହ୍ନରେ ଉଭୟ ମା’ ଓ ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ସାମାନ୍ୟ ବଚସାରେ ଉତକ୍ଷିପ୍ତ ହୋଇ ବିଦ୍ୟାଧର ମା’ଙ୍କ ତଣ୍ଟିକୁ ବ୍ଲେଡରେ ବାରମ୍ବାର କାଟି ପକାଇଥିଲେ। ପରେ ମା’ଙ୍କୁ ଏକ ଅଖା ବସ୍ତାରେ ଭର୍ତ୍ତି କରି ଦେଇଥିଲେ । ହତ୍ୟା ପରେ ବ୍ୟବହୃତ ବ୍ଲେଡକୁ ସେ ଫୋପାଡି ଦେଇଥିବା ବିଦ୍ୟାଧର କହିଛନ୍ତି । ବରପାଲି ପୋଲିସ କୌଣସି ସୂତ୍ରରୁ ଖବର ପାଇ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ବିଦ୍ୟାଧରଙ୍କୁ ଗିରଫ କରି ଥାନାକୁ ନେଇ ଥିବାବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ବରଗଡ଼ ପଠାଇଛି। ବିଦ୍ୟାଧର ମାନସିକ ବିକୃତିଗ୍ରସ୍ତ ବୋଲି ଗ୍ରାମବାସୀ କହିଛନ୍ତି। ଏହି ଘଟଣା ଅଞ୍ଚଳରେ ଚଞ୍ଚଲ୍ୟ ସୃଷ୍ଟି କରିଛି । ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଚଳାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri