ପୁଅର ଠେଙ୍ଗା ମାଡରେ ଚାଲିଗଲା ବାପାଙ୍କ ଜୀବନ

ଲହଣୀପଡ଼ା,୨୫।୧୦(ଡି.ଏନ.ଏ): ପୁଅର ଠେଙ୍ଗା ମାଡ଼ରେ ବାପର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଡେଇକଳା ପଞ୍ଚାୟତ ଘଣିଘଷା ଗ୍ରାମରେ। ମୃତକ ହେଲେ ଭୁବନ ମୁଣ୍ଡା (୪୮)। ସୂଚନାଯୋଗ୍ୟ, ପ୍ରତ୍ୟେକ ଦିନ ଭଳି ଭୁବନ ସୋମବାର ଦିନ ମଧ୍ୟ ନିକଟସ୍ଥ ଜଙ୍ଗଲକୁ ଗାଈ ଚରାଇବାକୁ ଯାଇଥିଲେ। ହେଲେ କୌଣସି କାରଣରୁ ସେ ଜଙ୍ଗଲରେ ଗାଈଗୁଡିକ ଛାଡ଼ି ଦେଇ ଘରକୁ ପଳାଇ ଆସିଥିଲେ। ଏହା ଦେଖି ଘରେ ଥିବା ନିଶାସକ୍ତ ଅବସ୍ଥାରେ ଥିବା ଭୁବନଙ୍କ ପୁଅ ଆକାଶ ମୁଣ୍ଡା (୧୯) ରାଗିଯାଇ ତାଙ୍କ ସହିତ ଝଗଡା କରିବା ସହିତ ଏକ ଠେଙ୍ଗାରେ ପିଟି ପିଟି ଘରୁ ସେହି ଜଙ୍ଗଲକୁ ନେଇଥିଲେ। ଏହାପରେ ସେଠାରେ ନିସ୍ତୁକ ମାଡ଼ ମାରିବାରୁ ଭୁବନ ତଳେ ପଡି ଯାଇଥିଲେ। ଫଳରେ ନିଶାସକ୍ତ ପୁଅ ଆକାଶ ମୁଣ୍ଡା ହିତାହିତ ଜ୍ଞାନ ଭୁଲି ତଳେ ପଡିଥିବା ବାପା ଭୁବନଙ୍କୁ ପଥରରେ ବାରମ୍ବାର ଛେଚି ଜୀବନରେ ମାରିଦେଇ ସେଠାରୁ ପଳେଇ ଯାଇଥିଲେ। ଗ୍ରାମର କିଛି ଲୋକ ଦେଖି ଭୁବନଙ୍କ ଘରକୁ ଖବର ଦେବାରୁ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିବା ସହିତ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଲହୁଣୀପଡ଼ା ପୋଲିସ ଓ ସାଇଣ୍ଟିଫିକ ଦଳ ପହଞ୍ଚି ଘଟଣାର ତଦନ୍ତ କରିବା ସହିତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଲହୁଣୀପଡ଼ା ଡାକ୍ତରଖାନାକୁ ପଠାଇଥିବା ଜଣାପଡିଛି। ଏହାସହିତ ଅଭିଯୁକ୍ତ ପୁଅ ଆକାଶ ମୁଣ୍ଡାଙ୍କୁ ପୋଲିସ ଗିରଫ କରି ପଚରାଉଚରା କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri