ବାପାଙ୍କୁ ହତ୍ୟା କରି ଘରେ ପୋତି ଥିଲା ପୁଅ

ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କାଡମ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାପାଙ୍କୁ ହତ୍ୟା କରି ଏକ ଭଙ୍ଗା ଦଦରା ଘରେ ପୋତି ଦେଇଥିଲେ ଜହ୍ଲାଦ ପୁଅ। ଏହି ଘଟଣା ୧ ତାରିଖରେ ଘଟିଥିବା ବେଳେ ଗୁରୁବାର ଲୋକ ଲୋଚନକୁ ଆସିଛି।

ମିଳିଥିବା ସୂଚନା ମୁତାବକ, ଗାଁର ପରମା ହରିଜନ ଏବଂ ତାଙ୍କ ସାନ ପୁଅ ସୁମନ୍ତ ହରିଜନଙ୍କ ମଧ୍ୟରେ ପ୍ରାୟ ସମୟରେ ଝଗଡ଼ା ଲାଗି ରହୁଥିଲା। ସେହିପରି ନୂଆବର୍ଷ ୧ ତାରିଖରେ ବାପ ପୁଅ ମଧ୍ୟରେ ବଚସା ହୋଇଥିଲା । ଏଥିରେ ପୁଅ ସୁମନ୍ତ ଉତ୍‌କ୍ଷିପ୍ତ ହୋଇ ବାପା ପରମାଙ୍କୁ ପିଟିପିଟି ହତ୍ୟା କରି ଏକ ଭଙ୍ଗା ଘରେ ପୋତି ଦେଇଥିଲେ । ଘଟଣାର ୫ ଦିନ ପରେ ବାପାଙ୍କ ଦେଖା ନ ମିଳିବାରୁ ମଝିଆ ପୁଅ ଓ ବଡ଼ପୁଅ ସମ୍ପର୍କୀୟଙ୍କ ଘରେ ଖୋଜା ଖୋଜି କରି ନିରାଶ ହୋଇଥିଲେ। ତେବେ ସାନ ଭାଇ ସୁମନ୍ତଙ୍କ ସାମ୍ନା ଭଙ୍ଗା ଘରେ ସିମେଣ୍ଟ ରଖାଯାଇଥିବାରୁ ସେମାନେ ଦେଖି ଯାଉଥିଲେ। ହେଲେ ଘରୁ ଦୁର୍ଗନ୍ଧ ବାହାରୁ ଥିବାରୁ ସନ୍ଦେହ କରି ମାଟି ଖୋଳିବା ପରେ ବାପାଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଏହା ଦେଖି ଚକିତ ହୋଇପଡିଥିଲେ । ବାପାଙ୍କୁ କିଏ ହତ୍ୟା କରିଛି ବୋଲି ପରିବାର ଲୋକେ ଖୋଜିବା ବେଳକୁ ସାନ ଭାଇ ସୁମନ୍ତ ଫେରାର ହୋଇଯାଇଥିଲେ। ଏନେଇ ମଝିଆ ପୁଅ ମଦନ ଭବାନୀପାଟଣା ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପୋଲିସ ମୃତକ ପରମାଙ୍କ ସ୍ତ୍ରୀ ଏବଂ ସୁମନ୍ତଙ୍କ ସ୍ତ୍ରୀଙ୍କୁ ପଚରାଉଚରା ଜାରି ରଖିଛି। ଏ ନେଇ ଭବାନୀପାଟଣା ସଦର ଥାନାରେ ଏକ ମାମଲା (ନଂ.୮/୨୩) ରୁଜୁ ହୋଇଛି। ତେବେ ହତ୍ୟାକାରୀ ପୁଅ ସୁମନ୍ତ ଏବେ ବି ଫେରାର ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri