ବାପାଙ୍କୁ ହତ୍ୟା କରି ଘରେ ପୋତି ଥିଲା ପୁଅ

ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କାଡମ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାପାଙ୍କୁ ହତ୍ୟା କରି ଏକ ଭଙ୍ଗା ଦଦରା ଘରେ ପୋତି ଦେଇଥିଲେ ଜହ୍ଲାଦ ପୁଅ। ଏହି ଘଟଣା ୧ ତାରିଖରେ ଘଟିଥିବା ବେଳେ ଗୁରୁବାର ଲୋକ ଲୋଚନକୁ ଆସିଛି।

ମିଳିଥିବା ସୂଚନା ମୁତାବକ, ଗାଁର ପରମା ହରିଜନ ଏବଂ ତାଙ୍କ ସାନ ପୁଅ ସୁମନ୍ତ ହରିଜନଙ୍କ ମଧ୍ୟରେ ପ୍ରାୟ ସମୟରେ ଝଗଡ଼ା ଲାଗି ରହୁଥିଲା। ସେହିପରି ନୂଆବର୍ଷ ୧ ତାରିଖରେ ବାପ ପୁଅ ମଧ୍ୟରେ ବଚସା ହୋଇଥିଲା । ଏଥିରେ ପୁଅ ସୁମନ୍ତ ଉତ୍‌କ୍ଷିପ୍ତ ହୋଇ ବାପା ପରମାଙ୍କୁ ପିଟିପିଟି ହତ୍ୟା କରି ଏକ ଭଙ୍ଗା ଘରେ ପୋତି ଦେଇଥିଲେ । ଘଟଣାର ୫ ଦିନ ପରେ ବାପାଙ୍କ ଦେଖା ନ ମିଳିବାରୁ ମଝିଆ ପୁଅ ଓ ବଡ଼ପୁଅ ସମ୍ପର୍କୀୟଙ୍କ ଘରେ ଖୋଜା ଖୋଜି କରି ନିରାଶ ହୋଇଥିଲେ। ତେବେ ସାନ ଭାଇ ସୁମନ୍ତଙ୍କ ସାମ୍ନା ଭଙ୍ଗା ଘରେ ସିମେଣ୍ଟ ରଖାଯାଇଥିବାରୁ ସେମାନେ ଦେଖି ଯାଉଥିଲେ। ହେଲେ ଘରୁ ଦୁର୍ଗନ୍ଧ ବାହାରୁ ଥିବାରୁ ସନ୍ଦେହ କରି ମାଟି ଖୋଳିବା ପରେ ବାପାଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଏହା ଦେଖି ଚକିତ ହୋଇପଡିଥିଲେ । ବାପାଙ୍କୁ କିଏ ହତ୍ୟା କରିଛି ବୋଲି ପରିବାର ଲୋକେ ଖୋଜିବା ବେଳକୁ ସାନ ଭାଇ ସୁମନ୍ତ ଫେରାର ହୋଇଯାଇଥିଲେ। ଏନେଇ ମଝିଆ ପୁଅ ମଦନ ଭବାନୀପାଟଣା ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପୋଲିସ ମୃତକ ପରମାଙ୍କ ସ୍ତ୍ରୀ ଏବଂ ସୁମନ୍ତଙ୍କ ସ୍ତ୍ରୀଙ୍କୁ ପଚରାଉଚରା ଜାରି ରଖିଛି। ଏ ନେଇ ଭବାନୀପାଟଣା ସଦର ଥାନାରେ ଏକ ମାମଲା (ନଂ.୮/୨୩) ରୁଜୁ ହୋଇଛି। ତେବେ ହତ୍ୟାକାରୀ ପୁଅ ସୁମନ୍ତ ଏବେ ବି ଫେରାର ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri