ବାପାଙ୍କୁ ହତ୍ୟାକଲେ ଡାକ୍ତର ପୁଅ

ଭୁବନେଶ୍ୱର,୧୯। ୭(ବ୍ୟୁରୋ): ସନ୍ଦେହରୁ ପାରିବାରିକ ଅଶାନ୍ତି। ସ୍ଥିତି ଏପରି ହେଲା ଶେଷରେ ବାପାଙ୍କୁ ବିଧାମାରି ହତ୍ୟାକଲେ ଡାକ୍ତର ପୁଅ। ଖଣ୍ଡଗିରି ଥାନା ଅନ୍ତର୍ଗତ ଜଗମୋହନ ନଗରରେ ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି। ମୃତକ ହେଲେ କୃଷି ବିଭାଗର ପୂର୍ବତନ ଅତିରିକ୍ତ ନିର୍ଦ୍ଦେଶକ ରାଜକିଶୋର ମିଶ୍ର (୭୩)। ପୋଲିସ ଆଇପିସି ଦଫା ୩୦୨ରେ ହତ୍ୟା ମାମଲା (ନଂ.୪୧୬/୨୦) ରୁଜୁ କରି ଅଭିଯୁକ୍ତ ପୁଅଙ୍କୁ ଗିରଫ କରିଛି। ସେ ହେଲେ ଡା. ରଞ୍ଜନ ମିଶ୍ର(୪୧)। ପୋଲିସ ରଞ୍ଜନଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନ ମିଳିବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ତେବେ ସବୁଠୁ ବଡ଼ କଥା ହେଲା ଘଟଣା ୧୬ ତାରିଖରେ ଘଟିଥିବାବେଳେ ୩ଦିନ ପରେ ବ୍ୟବଚ୍ଛେଦ ରିପୋର୍ଟ ପର୍ଦ୍ଦାଫାଶ କରିଛି। ଏଥିସହ ଅଭିଯୁକ୍ତ ରଞ୍ଜନ ମଧ୍ୟ ସ୍ବୀକାର କରିଛଥିବା ପୋଲିସ କହିଛି।

ପୋଲିସ ସୂଚନାନୁଯାୟୀ, ଅଭିଯୁକ୍ତ ରଞ୍ଜନ ଆୟୁଷ ଡାକ୍ତର ଭାବେ ବାଣପୁରରେ କାର୍ଯ୍ୟ କରନ୍ତି। ଅଧିକାଂଶ ସମୟ କାର୍ଯ୍ୟସ୍ଥଳ ବାଣପୁରରେ ରହୁଥିବାବେଳେ ଜଗମୋହନ ନଗରରେ ତାଙ୍କ ବାପା ରାଜକିଶୋର, ସ୍ତ୍ରୀ ଓ ୨ ପୁଅ ଘରେ ରୁହନ୍ତି। କରୋନା ପରିସ୍ଥିତି ଓ କୌଣସି କାରଣ ପାଇଁ ରଞ୍ଜନ ଏକ ମାସ ହେବ ଛୁଟିରେ ଆସି ଘରେ ରହୁଥିଲେ। ଏହି ସମୟରେ କୌଣସି ଏକ କାରଣକୁ ନେଇ ତାଙ୍କର ମାନସିକ ଚିନ୍ତା ବଢ଼ି ଯାଇଥିଲା। ତେଣୁ ସେ ଗତ ୯ ତାରିଖରେ ଚାକିରିରୁ ଇସ୍ତଫା ଦେଇ ଘରେ ରହିଥିଲେ। ଏହାମଧ୍ୟରେ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ହୋଇଥିଲା। ରଞ୍ଜନ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରିଥିଲେ। ୧୬ ତାରିଖରେ ରଞ୍ଜନ ଓ ବାପା ରାଜକିଶୋର ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ରଞ୍ଜନ ଅତ୍ୟଧିକ ରାଗି ଯାଇ ବାପା ରାଜକିଶୋରଙ୍କ ଛାତିକୁ ୩ଟି ବିଧା ମାରିବାରୁ ସେ ତଳେ ପଡିଯାଇଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଶରୀରରେ କୌଣସି କ୍ଷତ ନ ଥିବାରୁ ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ରଞ୍ଜନ ପୋଲିସକୁ କହିଥିଲେ। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ହେଲେ ଶୁକ୍ରବାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଥିଲା। ଛାତିରେ ୩ଟି ଗଭୀର ଆଘାତ ଯୋଗୁ ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ ଥିଲା। ପୋଲିସ ରଞ୍ଜନଙ୍କ ସହ ଭଉଣୀ ଓ ସ୍ତ୍ରୀଙ୍କୁ ପଚରାଉଚରା ପରେ ପ୍ରକୃତ ଘଟଣା ପଦାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri