ମାଛ ତରକାରୀ ରାନ୍ଧି ନ ଦେବାରୁ ମାଆଙ୍କୁ ତଣ୍ଟି ଚିପି ହତ୍ୟା କଲା ପୁଅ

ବାଲେଶ୍ୱର,୧୭।୭: କଥାରେ ଅଛି ରାଗ ମଣିଷର ବଡ଼ ଶତ୍ରୁ। ଆଉ ଏହି ରାଗ ହ୍ରିଂସ ରୂପ ଧାରଣ କଲେ ନିଜ ଜନ୍ମକଲା ମାଆକୁ ବି ଚିହ୍ନିପାରେନି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱରରେ। ମନ ପସନ୍ଦରର ମାଛ ତରକାରୀ ରାନ୍ଧି ଖାଇବାକୁ ନ ଦେବାରୁ ପିଶାଚ ପୁଅ ନିଜ ମାଆର ତଣ୍ଟି ଚିପି ହତ୍ୟା କରିଛି।

ଏପରି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚପଡା ପଞ୍ଚାୟତ ତାଳପଦା ଗାଁରେ। ମୃତ ମହିଳା ଜଣଙ୍କ ବାସନ୍ତି ମହାନ୍ତି। ପୋଲିସ ଅଭିଯୁକ୍ତ ପୁଅ ଅରୁଣ ମହାନ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ।

ଗତକାଲି ରାତିରେ ଅରୁଣ ମଦ୍ୟପାନ କରି ଘରକୁ ଆସିଥିଲା। ମନ ପସନ୍ଦର ଜିନିଷ ବନାଇ ଖାଇବାକୁ ଦେବାକୁ କହିଥିଲା ପୁଅ। ଏହାକୁ ନେଇ ମା’ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଅରୁଣଙ୍କ ମୁଣ୍ଡକୁ ରାଗ ଚଢି ଯାଇଥିଲା। ଏହାପରେ ସେ ମା’ର ତଣ୍ଟି ଚିପି ଦେଇଥିଲା। ବାସନ୍ତୀଙ୍କୁ ତଣ୍ଟି ଚିପି ମାରୁଥିବା ଦେଖି ଅରୁଣଙ୍କ ସ୍ତ୍ରୀ ଦୌଡି ଆସିଥିଲେ। ଏପରି କରିବାକୁ ଅରୁଣଙ୍କୁ ଯେତେ ରୋକିଥିଲେ ମଧ୍ୟ ସେ ତାଙ୍କ ସ୍ତ୍ରୀଙ୍କୁ ମାରଧର କରିଥିଲେ। ଘଟଣାସ୍ଥଳରେ ବାସନ୍ତୀଙ୍କର ମୃତ୍ୟୁ ଘଟିଥିଲା। ଘଟଣାସଂପର୍କରେ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri