ଭତ୍ତା ଟଙ୍କା ପାଇଁ ମା’ଙ୍କୁ ହତ୍ୟା କଲା ପୁଅ

ଲଙ୍ଗଳେଶ୍ୱର/ବସ୍ତା, ୯।୧(ଡି.ଏନ.ଏ.): ଭତ୍ତା ଟଙ୍କା ନ ଦେବାରୁ ୭୫ ବର୍ଷୀୟା ବୃଦ୍ଧା ମା’ଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି ବଡ ପୁଅ। ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ସାର୍ଥା ଗ୍ରାମରେ। ମୃତ ବୃଦ୍ଧା ହେଉଛନ୍ତି ଅଯୋଧ୍ୟା ମଣ୍ଡଳଙ୍କ ସ୍ତ୍ରୀ ସାବିତ୍ରୀ।
ସାବିତ୍ରୀଙ୍କ ୩ ପୁଅ ରହିଥିଲେ ମଧ୍ୟ ସମସ୍ତେ ଅଲଗା ରହୁଛନ୍ତି। ସ୍ବାମୀଙ୍କ ମୃତ୍ୟୁ ପରେ ସାବିତ୍ରୀ ଭିକ୍ଷାବୃତ୍ତି କରି ଚଳନ୍ତି। ମା’ଙ୍କ ଭିକ୍ଷାବୃତ୍ତିରୁ ପାଉଥିବା ପଇସା ଏବଂ ଭତ୍ତା ଟଙ୍କା ଉପରେ ସବୁବେଳେ ବଡ଼ ପୁଅ ଅଜୟଙ୍କ ନଜର ରହିଥାଏ। ଏହି ଟଙ୍କା ନେବା ପାଇଁ ସେ ସବୁବେଳେ ମଦ୍ୟପାନ କରି ମା’ଙ୍କୁ ମାର୍‌ପିଟ କରୁଥିଲେ। ରବିବାର ସନ୍ଧ୍ୟାରେ ଅଜୟ ମା’ଙ୍କ ଘରକୁ ଆସି ଭତ୍ତା ଟଙ୍କା ମାଗିଥିଲେ। ମାତ୍ର ସାବିତ୍ରୀ ଭତ୍ତା ଟଙ୍କା ଦେବାକୁ ମନା କରିବାରୁ ସେ ତାଙ୍କୁ କଟୁରୀରେ ଆକ୍ରମଣ କରିଥିଲେ। ବୃଦ୍ଧାଙ୍କ ଚିକତ୍ାର ଶୁଣି ସାନ ପୁଅ ସଞ୍ଜୟଙ୍କ ସ୍ତ୍ରୀ ସଞ୍ଜୁରାଣୀ ପହଞ୍ଚତ୍ ଅଜୟଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଘଟଣାସ୍ଥଳରେ ସାବିତ୍ରୀଙ୍କର ମୃତ୍ୟୁ ହୋଇଯାଇଥିଲା। ସିଂଲା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛି। ଏନେଇ ସାନବୋହୂ ସଞ୍ଜୁରାଣୀ ସାର୍ଥା ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି । ସିଂଲା ଥାନାରେ ଏକ ମାମଲା (ନଂ.୨/୨୩) ରୁଜୁ ହୋଇଛି। ବସ୍ତା ଏସ୍‌ଡିପିଓ ଜଳନ୍ଧର ଜାଲି, ବାଲିଆପାଳ ଥାନାଧିକାରୀ ସୁବ୍ରତ କୁମାର ବେହେରା ଏବଂ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri