ବୋହୂଙ୍କୁ ଫେରାଇ ଆଣିବାକୁ କହିବାରୁ ମା’ଙ୍କୁ ହତ୍ୟା

ସୁନ୍ଦରଗଡ଼,୭ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅଧୀନ ମନଭଲାପଡ଼ାରେ ମଦ୍ୟପ ପୁଅ ନିଜ ମା’ଙ୍କୁ ଇଟାରେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଉକିଆ ବାର୍ଲା (୬୫)।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଅଭିଯୁକ୍ତ ପୁଅ ଇଂରାଜୀ ବାର୍ଲା(୩୦)ଙ୍କୁ ଗିରଫ କରି ଅଧିକ ପଚରାଉଚୁରା ଚଳାଇଛି। ଏ ନେଇ ଲେଫ୍ରିପଡା ଥାନାରେ ଏକ ହତ୍ୟା ମାମଲା (ନଂ. ୨୦୯/୨୦୨୧) ରୁଜୁ ହୋଇଛି।

ସୂଚନା ମୁତାବକ, ମନଭଲାପଡ଼ାର ଲଡୁ ବାର୍ଲାଙ୍କ ପୁଅ ଇଂରାଜୀ ମଦ୍ୟପାନ କରି ନିଜ ସ୍ତ୍ରୀ ସହିତ ଝଗଡା କରୁଥିଲେ। ଏନେଇ ୬ମାସ ହେଲା ସ୍ତ୍ରୀ ବାପକୁ ଚାଳିଯାଇଛନ୍ତି। ମଦ ଛାଡି ସ୍ତ୍ରୀଙ୍କୁ ବୁଝାଶୁଝା କରି ଘରକୁ ଆଣିବାକୁ ମା’ ବାପା ପୁଅଙ୍କୁ କହୁଥିଲେ। ହେଲେ ସେ ଓଲଟା ମା’ ବାପାଙ୍କୁ ଗାଳିଗୁଲଜ କରୁଥିଲା । ପୁଅର ଏଭଳି ଆଚରଣରେ ଅତିଷ୍ଠ ହୋଇ ବୃଦ୍ଧ ମା’ ବାପା ଗ୍ରାମରେ ଥିବା ଜଣେ ସମ୍ପର୍କୀୟ ଭଉଣୀଙ୍କ ଘରେ ରହୁଥିଲେ। ଶୁକ୍ରବାର ରାତିରେ ଇଂରାଜୀ ମଦପିଇ ସେଠାରେ ପହଞ୍ଚି ଥିଲେ। ଘରେ ଶୋଇ ଥିବା ମା’ଉକିଆଙ୍କୁ ବାହାରକୁ ଟାଣି ଆଣି ଏକ ଇଟାରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?