ପୁଅର ଶାବଳ ମାଡ଼ରେ ମା’ଙ୍କ ଜୀବନ ଗଲା

କେନ୍ଦୁଝର,୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବନବିହାରୀପୁର ନୂଆଗାଁ ମୁଣ୍ଡା ସାହିରେ ଜଣେ ନିଶାଶକ୍ତ ପୁଅ ବିଧବା ମା’ଙ୍କୁ ଶାବଳରେ ପିଟି ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତକ ଜଣକ ହେଲେ ଟୁଲେଇ ମୁଣ୍ଡା(୬୦)। ପୋଲିସ ଅଭିଯୁକ୍ତ ପୁଅ ଡବୁରୁ ମୁଣ୍ଡାଙ୍କୁ ଅଟକ ରଖି ପଚରାଉଚରା କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି।

ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ଡବରୁ ନିଶାଶକ୍ତ ଅବସ୍ଥାରେ ଘରେ ପହଞ୍ଚିବା ପରେ ମା’ ଟୁଲେଇ ପୁଅର ଏପରି ଅବସ୍ଥା ଦେଖି ତାଗିଦ୍‌ କରିଥିଲେ। ଏହି ସମୟରେ ଦୁହିଁଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ନିଶାଶକ୍ତ ଅବସ୍ଥାରେ ଥିବା ଡବୁରୁ ଉତ୍‌କ୍ଷିପ୍ତ ହୋଇ ମା’ଙ୍କୁ ପିଟିଥିଲେ। ଏଥିରେ ମନ ବୁଝିଲାନି ଯେ, ଘରେ ଥିବା ଶାବଳ ଆଣି ମା’ଙ୍କ ମୁଣ୍ଡରେ ପିଟି ଦେଇଥିଲେ। ଫଳରେ ରକ୍ତାକ୍ତ ଅବସ୍ଥାରେ ତାଙ୍କର ଜୀବନ ଚାଲି ଯାଇଥିଲା। ବୁଧବାର ସକାଳେ ଘଟଣା ପ୍ରଘଟ ହେବା ପରେ ପୋଲିସ ପହଞ୍ଚି ଅଭିଯୁକ୍ତ ଡବୁରୁଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri