କାଠ ଫାଳିଆରେ ପିଟି ବାପାଙ୍କୁ ହତ୍ୟା

ବାରିପଦା,୧୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ସାରସକଣା ବ୍ଲକ ଯୋକା ଗ୍ରାମରେ ଜଣେ ଯୁବକ ବାପାଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଅଭିଯୁକ୍ତ ଯୁବକ ହେଲେ ଚନ୍ଦନ ମୁଣ୍ଡା। ଖବରପାଇ ପୋଲିସ ଓ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନମୁନା ସଂଗ୍ରହ କରିବା ସହ ତଦନ୍ତ ଜାରି ରଖିଛି। ମୃତକ ହେଲେ ଜଟିଆ ମୁଣ୍ଡା । ଏ ସଂକ୍ରାନ୍ତରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଚନ୍ଦନଙ୍କୁ ଗିରଫ କରିଛି।
ଗୁରୁବାର ଅପରାହ୍ନରେ ଚନ୍ଦନ ନିଶାସକ୍ତ ଅବସ୍ଥାରେ  କୌଣସି କଥାକୁ ନେଇ ବାପା ଜଟିଆଙ୍କ ସହ ପାଟିତୁଣ୍ଡ କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଚନ୍ଦନ ଏକ କାଠଫାଳିଆରେ ବାପାଙ୍କୁ ନିସ୍ତୁକ ମାଡ଼ ମାରିଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ସାନ ପୁଅ ବାପାଙ୍କୁ ସ୍ଥାନୀୟ ଶୀର୍ଷା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ନେଇ ସାନ ପୁଅର ଲିଖିତ ଅଭିଯୋଗ କରିବା ପରେ ଝାରପୋଖରିଆ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

ବିହାରରେ ଚନ୍ଦ୍ର ଶେଖରଙ୍କ ଏଣ୍ଟ୍ରି, ବିଗାଡିବେ କି ଖେଳ

ପାଟଣା,୧୮।୭: ବିହାର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ନିର୍ବାଚନ ତାତି ବଢିବାରେ ଲାଗିଛି। ଇତି ମଧ୍ୟରେ ବିହାର ନିର୍ବାଚନରେ ଏଣ୍ଟ୍ରି କରିଛନ୍ତି ଚନ୍ଦ୍ର ଶେଖର...

ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ...

ଥାଇଲ୍ୟାଣ୍ଡରେ ବୌଦ୍ଧ ଭିକ୍ଷୁଙ୍କ ଯୌନ କେଳେଙ୍କାରୀ: ‘ମିସ୍‌ ଗଲ୍ଫ’ ନାମକ ମହିଳାଙ୍କ ବ୍ଲାକମେଲିଂ ରାକେଟରେ ହଇଚଇ

ବ୍ୟାଙ୍କକ,୧୮ା୭: ଥାଇଲ୍ୟାଣ୍ଡରେ ଏକ ବିଶାଳ ଯୌନ କେଳେଙ୍କାରୀ ପ୍ରକାଶ ପାଇଛି, ଯାହା ଦେଶର ବୌଦ୍ଧ ଧର୍ମୀୟ ପ୍ରତିଷ୍ଠାନକୁ ବିବାଦରେ ଟାଣି ଆଣିଛି। ଜଣେ ମହିଳା, ଯିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri