ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ ପୁଅ ଗୁରୁତର ଆହତ ହୋଇଥିବା ବେଳେ ଆଜି ମୃତ୍ୟୁ ହୋଇ ଯାଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, କୁସୁମପାଣି ଗ୍ରାମର ଦାସ ସାନ୍ତାଙ୍କ ପରିବାର ଲୋକ ନୂଆଁଖାଇ ପାଇଁ ମଙ୍ଗଳବାର ଘରେ ଏକତ୍ରିତ ହୋଇଥିଲେ । ତେବେ ରାତି ପ୍ରାୟ ୮ଟାରେ ବାପା ଦାସ ସାନ୍ତା ଓ ପୁଅ ନିଡ଼ି ସାନ୍ତା(୪୦)ଙ୍କ ମଧ୍ୟରେ କୌଣସି କାରଣରୁ ପାଟିତୁଣ୍ଡ ହୋଇଥିଲା। ପାଟିତୁଣ୍ଡ ହେବା ଦେଖି ଦାସଙ୍କ ପତ୍ନୀ ଜାମୁଲୀ ଜୋରରେ କାନ୍ଦିଥିଲେ । ପରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଦେଖିବା ବେଳକୁ ନିଡ଼ି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଘର ସମ୍ମୁଖ‌ରେ ପଡ଼ିଥିବା ଦେଖିବାକୁ ପାଇଥିଲେ।

ପରେ ଗ୍ରାମବାସୀ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । ତେବେ କୁସୁମପାଣି ଗାଁ ରାସ୍ତା ଖରାପ ଥିବାରୁ ଆମ୍ବୁଲାନ୍ସ ୩ କିମି ଦୂରରେ ଥିବା ମାଙ୍ଗମୁଦୁଲି ଗାଁ ନିକଟରେ ଅଟକି ଯାଇଥିଲା। ଶେଷ‌ରେ ଗ୍ରାମର ଅନ ସାନ୍ତା, ତସୀ ସାନ୍ତା, ଆସଡୁ ସାନ୍ତା, ଅମୀ ସାନ୍ତା ପ୍ରମୁଖ ନିଡ଼ିଙ୍କୁ ଖଟିଆ ଯୋଗେ ୩ କିମି ଦୂର ମାଙ୍ଗମୁଦୁଲି ଗାଁ ପର୍ଯ୍ୟନ୍ତ ବୋହି ନେଇଥିଲେ । ପରେ ଆମ୍ବୁଲାନ୍ସ ଯୋଗେ ନିଡ଼ିଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ପେଟର ଅନ୍ତଃନଳୀ ବାହାରି ପଡ଼ିବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଉନ୍ନତ ଚିକିତ୍ସା ନିମନ୍ତେ ନିଡ଼ିଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ବୁଧବାର କୋରାପୁଟ ମେଡିକାଲ କଲେଜରେ ଚିକିତ୍ସାଧିନ ଅବସ୍ଥାରେ ନିଡ଼ିଙ୍କ ମୃତ୍ୟୁ ହୋଇ ଥିବା ସୂଚନା ମିଳିଛି।

ଝରିଗାଁ ପୋଲିସ ୧୭୯/୨୬ରେ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ଦାସ ସାନ୍ତାକୁ ଅଟକ ରଖିଛି । ଝରିଗାଁ ଥାନା ଏସ ଆଇ ଲଷ୍ମୀ ନାରାୟଣ ଦୋରା କୋରାପୁଟ ମେଡିକାଲ କଲେଜ ପହଞ୍ଚି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?