ବାପା ଆଗରେ ଚାଲିଗଲା ପୁଅ ଜୀବନ:ବାଇକ ଇଏମଆଇ ଟଙ୍କା ପଇଠ କରିବାକୁ ଯିବା ସମୟରେ ଦୁର୍ଘଟଣା

ଥୁଆମୂଳ ରାମପୁର,୩୧।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ବେପରୁଆ ଭାବରେ ଗାଡିମଟର ଚଳାଚଳ ଯୋଗୁ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ରହିବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତୁ ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ଜୀବନ ଯାଇଛି।

ମିଳିଥିବା ସୂଚନା ମୁତାବକ କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ଥାନା ଅନ୍ତର୍ଗତ ଜବାଙ୍ଗ ଗ୍ରାମର ଚେରୁଙ୍ଗୁ ଗଉଡ଼ (୫୫) ଏବଂ ତାଙ୍କ ବଡ଼ ପୁଅ ରାମେଶ୍ବର ଗଉଡ଼ (୩୫) ଦୁହେଁ ମିଶି ନିଜ ଘରୁ ବାହାରି ବାଇକର ଇଏମଆଇ ପଇସା ପୈଠ କରିବାକୁ ଜୁନାଗଡ଼ ଯାଉଥିବାବେଳେ ଜବାଙ୍ଗ ଗ୍ରାମର ବିଦ୍ୟାଳୟ ନିକଟରେ ମଟରସାଇକେଲ ଭାରସାମ୍ୟ ହରାଇାରୁ କଜବାଇ ପାଖରେ ଛିଟିକି ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ପୁଅ ରାମେଶ୍ବରଙ୍କ ମୃତ୍ୟୁ ଘଟିଥିବାବେଳେ ବାପା ଚେରୁଙ୍ଗୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି l

ଖବର ପାଇ ଥୁଆମୂଳ ରାମପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଥୁଆମୁଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ କେସ ନଂ ୪୧/୨୫ନ୍ଦରେ ଏକ ମାମଲା ରୁଜୁ ଅଧିକ ତଦନ୍ତ ଆରମ୍ଭ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି l ଅନ୍ୟପଟେ ଗରିବ ରାମେଶ୍ବରଙ୍କ ୧ ବର୍ଷର କୁନି ଝିଅ ଥିବାବେଳେ ତାଙ୍କ ସ୍ତ୍ରୀ ଗର୍ଭବତୀ ରହିଛି। ତେବେ ବର୍ତ୍ତମାନ କୁନି ଝିଅ ସହ ସ୍ତ୍ରୀ ପେଟରେ ବଢ଼ୁଥିବା ଶିଶୁର ଭବିଷ୍ୟତ ଅନ୍ଧାରରେ ବୋଲି ଗ୍ରାମବାସୀ ପ୍ରକାଶ କରିବା ସହ ସରକାରଙ୍କ ତରଫରୁ ଏ ପରିବାରଙ୍କୁ ସହାୟତା ଯୋଗାଇ ଦେବାପାଇଁ ଗ୍ରାମବାସୀ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri