Posted inଫୁରସତ

କରୋନା ଦେଇଛି ଦୁଃଖ: ପୁଅଙ୍କ ଏହି ଗୋଟିଏ ଭୁଲ ପାଇଁ ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି ବାପା

ସାରା ବିଶ୍ୱ ଏବେ ମହାମାରୀ କରୋନା ସହ ଲଢ଼ୁଛି। ବିଶେଷଜ୍ଞମାନେ ରୋଗର ଔଷଧ ବାହାର କରିବାକୁ ଦିନ ରାତି ଏକ କରିଦେଇଛନ୍ତି। ହେଲେ ଏଯାଏ ତାହା ବାହାରିପାରୁ ନ ଥିବାରୁ ଲୋକମାନଙ୍କୁ ସତର୍କ ଏବଂ ସଚେତନ ରହିବାକୁ କୁହାଯାଉଛି। ଏହାକୁ ଅନେକ ଲୋକ ମାନୁ ନ ଥିବା ନଜିରକୁ ଆସୁଛି। ହେଲେ ଏହା କେତେ ଭୟଙ୍କର ହୋଇପାରେ ତାର ଏକ ଘଟଣା ଆମେରିକାରେ ଦେଖିବାକୁ ମିଳିଛି। ଫ୍ଲୋରିଡାରେ ଜଣେ ଯୁବକ ମାସ୍କ ନ ପିନ୍ଧି ସାଙ୍ଗମାନଙ୍କ ସହ ବୁଲିବାକୁ ଚାଲିଯାଇଥିଲେ। ଏଥିପାଇଁ ତାଙ୍କ ପରିବାରର ସମସ୍ତଙ୍କୁ କରୋନା ସଂକ୍ରମଣ ହୋଇଥିଲା। ଏପରିକି ତାଙ୍କ ବାପା ଜୀବନ ମରଣ ସହ ସଂଘର୍ଷ କରୁଥିବା ଜଣାପଡ଼ିଛି।

କେବଳ ପୁଅଙ୍କ ଭୁଲ ପାଇଁ ୪୨ ବର୍ଷୀୟ ବାପା ଜନ୍‌ ପ୍ଲେସ୍‌ଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ପୁଅଙ୍କଠାରୁ ତାଙ୍କୁ ସଂକ୍ରମଣ ହୋଇଥିଲା। ୩ ସପ୍ତାହରୁ ଅଧିକ ସମୟ ଧରି ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ହେଲେ ଅବସ୍ଥାରେ ସୁଧାର ଆସିବା ତ ଦୂରର କଥା, ବେଳକୁ ବେଳ ଅବନତି ଘଟୁଛି।

ଜନ୍‌ଙ୍କ ପତ୍ନୀ ମିଶେଲ ଜିମେଟ୍‌ କୁହନ୍ତି, ଜନ ମେଦବହୁଳତା ସହ ଡାଇବେଟିସ୍‌ର ଶିକାର ହୋଇଥିଲେ। ଏଣୁ ସେ ତାଙ୍କ ସାବତ ପୁଅ(୨୧ ବର୍ଷ)କୁ ସାବଧାନ ରହିବାକୁ କହିଥିଲେ। ହେଲେ ସେ ଶୁଣି ନ ଥିଲେ। ଏବେ ଜନ୍‌ ୨ ସପ୍ତାହରୁ ଅଧିକ ସମୟ ହେଲାଣି ଭେଣ୍ଟିଲେଟରରେ ଅଛନ୍ତି। ପରିବାରର ଅନ୍ୟମାନେ ମଧ୍ୟ ସଂକ୍ରମିତ ହୋଇଛନ୍ତି। ହେଲେ ଜନ୍‌ଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri