ପୁଅର ପନିକି ଚୋଟରେ ଆଖି ବୁଜିଲେ ମା’

ନିଶ୍ଚିନ୍ତକୋଇଲି,୬।୭(ସ୍ବ.ପ୍ର.): ପୁଅର ପନିକି ଚୋଟରେ ମା’ଙ୍କ ମୃତ୍ୟୁ। କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଶୁକରପଡା ଗ୍ରାମରେ ବୁଧବାର ଏଭଳି ଘଟଣା ଘଟିଛି। ମୃତ ମହିଳା ହେଲେ ପ୍ରମିଳା ସ୍ବାଇଁ। ଅଭିଯୁକ୍ତ ପୁଅ ଜିତେନ୍ଦ୍ର ସ୍ବାଇଁ ଫେରାର ହୋଇ ଯାଇଛନ୍ତି।

ସୂଚନାନୁଯାୟୀ, ପ୍ରମିଳାଙ୍କ ସ୍ବାମୀ ଗୌରାଙ୍ଗ ବଜାରକୁ ଯାଇଥିଲେ। ସେହି ସମୟରେ ପ୍ରମିଳା ଘର କାମ କରୁଥିଲେ। ହେଲେ କୌଣସି କଥାକୁ ନେଇ ତାଙ୍କର ପୁଅ ସହ ବଚସା ହୋଇଥିଲା ଏଥିରେ ଉତ୍‌କ୍ଷିପ୍ତ ହୋଇ ପୁଅ ମା’କୁ ପନିକି ଏବଂ ଶାବଳରେ ବିଭତ୍ସ ଭାବେ ହତ୍ୟା କରି ଫେରାର ହୋଇ ଯାଇଥିଲେ। ପ୍ରମିଳାକୁ ପ୍ରଥମେ ମେଡିକାଲ ନିଆଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଗୌରାଙ୍ଗ ଅଭିଯୋଗ କରିବା ପରେ ନିଶ୍ଚିନ୍ତକୋଇଲି ଥାନା ଅଧୀକାରିଣୀ ଚିନ୍ମୟୀ ସାହୁ ଘଟଣା ସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛି। ଥାନାରେ ୧୧୩/୨୨ ନଂରେ ମାମଲା ରୁଜୁ ହୋଇଛି। ଏଥିସହ ପୋଲିସ ରକ୍ତ ଲଗା ପନିକି ଓ ଶାବଳ ଜବତ କରି ତଦନ୍ତ ଜୋରଦାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri