ବିଦ୍ୟୁତ୍‌ ଫାଶରେ ପଡ଼ି ପୁଅ- ପୁତୁରାଙ୍କ ଜୀବନ ଗଲା, ବାପା ଗୁରୁତର

ସୋନପୁର,୧୦।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଅଧୀନ ସିଂହପାଲି ଅଞ୍ଚଳରେ ଏକ ଅଘଟଣ ଘଟିଛି । ବାର୍‌ହା ଶିକାର ପାଇଁ ହାତୀଲମୁଣ୍ଡା ଜଙ୍ଗଲ ପାର୍ଶ୍ୱ କ୍ଷେତରେ ବିଛା ଯାଇଥିବା ବିଦ୍ୟୁତ୍‌ ଫାଶରେ ପଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ବବୀନ ଡୁଙ୍ଗଡୁଙ୍ଗଙ୍କ ପୁଅ ଜିତ(୧୪) ଏବଂ ତାଙ୍କର ସମ୍ପର୍କୀୟ ପୁତୁରା ରମେଶ ବୋର୍ଡ। ଏପରିକି ନବୀନ ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକଳ, ବାର୍‌ହା ଶିକାର ପାଇଁ ହାତିଲମୁଣ୍ଡା ଜଙ୍ଗଲ ପାର୍ଶ୍ୱ କ୍ଷେତରେ ଏକ ବିଦ୍ୟୁତ୍‌ ଫାଶ ବିଛା ଯାଇଥିଲା। ହେଲେ କୌଣସି କ୍ରମେ ନବୀନ ଏବଂ ତାଙ୍କ ପୁଅ ଜିତ ଓ ସମ୍ପର୍କୀୟ ପୁତୁରା ରମେଶ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଫଳରେ ଜିତ ଏବଂ ରମେଶଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ନବୀନ ଗୁରୁତର ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ପଠାଯାଇଥିବା ଜଣାପଡିଛି। ଖବର ପାଇ ଉଲୁଣ୍ଡା ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri