ଦୁର୍ଘଟଣାରେ ଚାଲିଗଲା ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପୁଅ ଜୀବନ

ଭବାନୀପାଟଣା/ଲାଞ୍ଜିଗଡ଼,୨୨।୬(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ରାୟଗଡ଼ା ୬ ନମ୍ବର ରାଜ୍ୟ ରାଜପଥର ଖଇରମାଲ ନିକଟରେ ଗୁରୁବାର ଏକ ଟ୍ରଲର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିଶ୍ୱନାଥପୁରର ତକଦୀର ହରପାଲ(୩୬)। ସେ ପୂର୍ବତନ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷ ମନୋହର ହରପାଲଙ୍କ ପୁଅ ବୋଲି ଜଣାପଡିଛି। ଖବର ପାଇ ଭବାନୀପାଟଣା ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ମିଳିଥିବା ସୂଚନା ମୁତାବକ, ତକଦୀର ଏକ ବୁଲେଟ୍‌ ଯୋଗେ ଭବାନୀପାଟଣା ଯାଉଥିବାବେଳେ ସାମ୍ନା ପଟେ ଆସୁଥିବା ଏକ ବାଇକ୍‌କୁ ସାଇଡ ଦେଉଥିବାବେଳେ ଦ୍ରୁତଗତିରେ ଯାଉଥିବା ଏକ ଟ୍ରଲର ତାଙ୍କୁ ଚାପି ପ୍ରାୟ ଶହେ ମିଟର ଘୋଷାଡ଼ି ନେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତକଦୀରଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଏକ ବାଇକରେ ଥିବା ଦୁଇଜଣ ଯୁବକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ସଦର ଥାନା ପୋଲିସ ଏକ ମାମଲା (ନଂ.୨୦୬/୨୩ ) ରୁଜୁ କରି ଦୁର୍ଘଟଣା ଘଟାଇଥିବା ଟ୍ରଲର ଜବତ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri