୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର ଏକାଠି ହୋଇଛି। ଦୀର୍ଘ ୨ ବର୍ଷ ୯ ମାସର ପ୍ରତୀକ୍ଷା ପରେ ଝାଡ଼ଖଣ୍ଡର ଅନାମିକା ମୁଣ୍ଡା ନିଜ ପରିବାରକୁ ଫେରିଛନ୍ତି।
୨୦୨୩ରେ ‘ପରିଚୟ’ ଏନ୍‌ଜିଓ ମାଧ୍ୟମରେ ଅନାମିକାଙ୍କୁ ଯେତେବେଳେ ମିଶନ ଆଶ୍ରା-୨ କେନ୍ଦ୍ରକୁ ଅଣାଯାଇଥିଲା, ସେତେବେଳେ ତାଙ୍କ ମାନସିକ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିଲା। ସେ ନିଜର ପରିଚୟ ଦେବାକୁ ଅସମର୍ଥ ଥିବାବେଳେ କାହାରି ସହ କଥା ହେଉ ନ ଥିଲେ। ଜିଲା ପ୍ରଶାସନର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତାଙ୍କୁ ଉପଯୁକ୍ତ ଚିକିତ୍ସା, କାଉନସେଲିଂ ଏବଂ ଯତ୍ନ ପ୍ରଦାନ କରାଯାଇଥିଲା। ଧୀରେ ଧୀରେ ସେ ସୁସ୍ଥ ହେବା ସହ ନିଜ ଗ୍ରାମର ନାମ କହିପାରିଥିଲେ। ଅନାମିକାଙ୍କ ଦ୍ୱାରା ପ୍ରଦତ୍ତ ସୀମିତ ତଥ୍ୟକୁ ଆଧାର କରି ମିଶନ ଆଶ୍ରା ଟିମ ଗୁଗଲ ସାହାଯ୍ୟରେ ତାଙ୍କର ଠିକଣା ଝାଡ଼ଖଣ୍ଡର ପିଥୋରିଆ ଥାନା ଅଧୀନରେ ଥିବା ଜାଣିବାକୁ ପାଇଥିଲେ। ଭିଡିଓ କଲ ମାଧ୍ୟମରେ ଅନାମିକାଙ୍କୁ ତାଙ୍କ ପରିବାର ଦେଖିବା ପରେ ସେ ତାଙ୍କ ପରିଜନ ବୋଲି ପରିଚୟ ପ୍ରଦାନ କରିବା ସହ ସ୍ପଷ୍ଟ କରିଥିଲେ। ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଉପସ୍ଥିତିରେ ଅନାମିକା ତାଙ୍କ ପୁଅକୁ ଭେଟିଥିଲେ।
ଉଲ୍ଲେଖଯୋଗ୍ୟ, ଜିଲା ପ୍ରଶାସନର ଏହି ଅଭିନବ ପ୍ରୟାସ ସ୍ନେହ ସେତୁ ଦ୍ୱାରା ଏପର୍ଯ୍ୟନ୍ତ ଅନେକ ବିଚ୍ଛିନ୍ନ ପରିବାର ଏକାଠି ହୋଇପାରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri