ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ  ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଭାଲୁ ପତ୍ରା ଗ୍ରାମରେ। ମୃତକ କ୍ରାନ୍ତି ଜେଲରେ ଥିଲେ ଏବଂ ଡିସେମ୍ବର ୨୦୨୪ରେ ମୁକ୍ତ ହୋଇଥିଲେ। ଅଭିଯୁକ୍ତ କାରଣ ଦର୍ଶାଇଥିଲେ ଯେ, ମୃତକ ମଧ୍ୟ ହିଂସାତ୍ମକ ଥିଲେ ଏବଂ ପୁଅକୁ ଆକ୍ରମଣ କରୁଥିଲେ। ଗାଁର ମହିଳାଙ୍କୁ ବାରମ୍ବାର ହଇରାଣ କରୁଥିଲେ। ଏଥିରେ ଅତିଷ୍ଠ ହୋଇ ବିଷ୍ଣୁ ରବିବାର ରାତିରେ ବାପାଙ୍କୁ ପଥରରେ ଛେଚି ହତ୍ୟା କରି ଜଙ୍ଗଲ ଭିତରେ ଲୁଚିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ହତ୍ୟାରେ ବ୍ୟବହୃତ ପଥର ଜବତ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ ଓ ପୋଲିସ ତଦନ୍ତ କରୁଛି। ଥାନାରେ ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri