ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ  ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଭାଲୁ ପତ୍ରା ଗ୍ରାମରେ। ମୃତକ କ୍ରାନ୍ତି ଜେଲରେ ଥିଲେ ଏବଂ ଡିସେମ୍ବର ୨୦୨୪ରେ ମୁକ୍ତ ହୋଇଥିଲେ। ଅଭିଯୁକ୍ତ କାରଣ ଦର୍ଶାଇଥିଲେ ଯେ, ମୃତକ ମଧ୍ୟ ହିଂସାତ୍ମକ ଥିଲେ ଏବଂ ପୁଅକୁ ଆକ୍ରମଣ କରୁଥିଲେ। ଗାଁର ମହିଳାଙ୍କୁ ବାରମ୍ବାର ହଇରାଣ କରୁଥିଲେ। ଏଥିରେ ଅତିଷ୍ଠ ହୋଇ ବିଷ୍ଣୁ ରବିବାର ରାତିରେ ବାପାଙ୍କୁ ପଥରରେ ଛେଚି ହତ୍ୟା କରି ଜଙ୍ଗଲ ଭିତରେ ଲୁଚିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ହତ୍ୟାରେ ବ୍ୟବହୃତ ପଥର ଜବତ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ ଓ ପୋଲିସ ତଦନ୍ତ କରୁଛି। ଥାନାରେ ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri