ଦଶହରା ଛୁଟିରେ ହଷ୍ଟେଲରୁ ଘରକୁ ଯାଉଥିଲା ପୁଅ:ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ…

ରାୟଗଡ଼ା,୨୭।୯(ଆଶିଷ ରଞ୍ଜନ ପଣ୍ଡା): ହୋଇଗଲା ଦଶହରା ଛୁଟି। ମାଉସୀ ପୁଅ ସହିତ ସ୍କୁଲ ହଷ୍ଟେଲରୁ ବାଇକ୍‌ରେ ଘରକୁ ଯାଉଥିଲା ପୁଅ ହେଲେ ବାଟରେ ସତେ ଯେମିତି ଚାହିଁ ବସିଥିଲା ମୃତ୍ୟୁ। ରାସ୍ତାରେ ଅନ୍ୟ ଏକ ବାଇକ ଧକ୍କା ଦେବାରୁ ଆସୁଥିବା ଟ୍ରକ୍‌ ଚକ ତଳେ ଚାପି ହୋଇଗଲା ୧୪ ବର୍ଷର ନାବାଳକ। ନାବାଳକ ଜଣକ ହେଲେ କାଶିପୁର ବ୍ଲକ ସିନ୍ଦୁରଘାଟି ପଞ୍ଚାୟତର ଡେରାକଣା ଗ୍ରାମର ରାହୁଲ ନାଏକ। ରାହୁଲ ରାୟଗଡ଼ା ବ୍ଲକ ପେନିକଣା ଆଶ୍ରମ ସ୍କୁଲରେ ନବମ ଶ୍ରେଣୀର ଛାତ୍ର। ଶନିବାର ସ୍କୁଲ ସରିବା ପରେ ଦଶହରା ଛୁଟି ଉପଲକ୍ଷେ ନିଜ ମାଉସୀ ପୁଅ ଭାଇ ଲୋଚନ ନାଏକଙ୍କ ସହିତ ବାଇକରେ ଗାଁକୁ ଫେରୁଥିଲା। ହେଲେ ଚାନ୍ଦିଲି ଥାନା ଅନ୍ତର୍ଗତ ଭାକୁରଗୁଡ଼ା ନିକଟସ୍ଥ ପ୍ଲାନେଟୋରୀୟମଠାରେ ୩୨୬ ନଂ ଜାତୀୟ ରାଜପଥରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ସାମ୍ନାପଟୁ ଧକ୍କା ଦେଇଥିଲା।
ଫଳରେ ଗାଡ଼ି ଭାରସାମ୍ୟ ହରାଇବା ସହ ନାବାଳକ ରାହୁଲ ଉକ୍ତ ରାସ୍ତାରେ ଯାଉଥିବା ଟ୍ରକ ଚକା ତଳେ ପଡି ଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମତ୍ୟୁ ଘଟିଥିଲା। ଲୋଚନ ଗୁରୁତର ଆହତ ହୋଇଛନ୍ତି। ଖବରପାଇ ଚାନ୍ଦିଲି ଥାନା ଆଇଆଇସି ଉତ୍ତମ କୁମାର ସାହୁ, ଏସଆଇ ଆଶୁତୋଷ ସାହୁ ଘଟଣାସ୍ଥଳରେ ପହଞ୍ଚି ପୋଲିସ ଗାଡ଼ିରେ ମୃତ ଦେହ ଓ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଲୋଚନଙ୍କ ଚିକିତ୍ସା ଚାଲିଛି। ତେବେ ଏନେଇ ପୋଲିସ ଏକ ମାମଲା ରୁଜୁ କରି ଟ୍ରକକୁ ଅଟକ ରଖିଥିବା ବେଳେ ଡ୍ରାଇଭର ଫେରାର ଥିବା ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri