୫ ଦିନ ହେବ ନିଖୋଜ ଥିଲେ ପୁଅ :ମିଳିଲା ଝୁଲନ୍ତା ମୃତଦେହ

ପୋଲସରା,୨୩ା୬(ସୁବ୍ରତ ବେହେରା): ପୋଲସରା ଥାନା ଅନ୍ତର୍ଗତ ମାଳତେନ୍ତୁଳିଆ ପଞ୍ଚାୟତ ହଂସାରାଳି ଗ୍ରାମର ଜଣେ ଯୁବକଙ୍କ ମୃତଦେହ କାନକାଟି କାଜୁ ତୋଟାରୁ ଝୁଲନ୍ତା ଅବସ୍ଥାରେ ଠାବ କରାଯାଇଛି। ସେ ହେଲେ ଜୟଦେବ ସ୍ବାଇଁଙ୍କ ପୁଅ ଚନ୍ଦନ (୨୩)। ଚନ୍ଦନ ୫ ଦିନ ହେବ ନିଖୋଜ ଥିଲେ। ପରିବାର ଲୋକେ ତାଙ୍କୁ ଚାରିଆଡ଼େ ଖୋଜାଖୋଜି କରିଥିଲେ ମଧ୍ୟ ପାଇପାରି ନ ଥିଲେ। ଶୁକ୍ରବାର କାଜୁ ତୋଟାରେ ଏକ ମୃତଦେହ ଝୁଲୁଥିବା ଗ୍ରାମର କେତେଜଣ ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ତଦନ୍ତ କରିବା ସହ ଚନ୍ଦନଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା। ପରିବାର ଲୋକେ ପହଞ୍ଚତ୍ ମୃତଦେହ ଚିହ୍ନଟ କରିିଥିଲେ। ଚନ୍ଦନଙ୍କ ବାପାଙ୍କ କହିବା ଅନୁଯାୟୀ, ପୂର୍ବରୁ ଶାସନ ଗ୍ରାମର ଜଣଙ୍କ ସହ ପୁଅର ଗଣ୍ଡଗୋଳ ହୋଇଥିଲା। ସେ ମାରିଦେବ ବୋଲି କୁଆଡେ ପୁଅକୁ ଧମକ ଦେଇଥିଲା ବୋଲି ଜୟଦେବ କହିଛନ୍ତି। ଘୁମୁସର ଜିଲା ଯୁବମୋର୍ଚ୍ଚା ସଭାପତି ଦୀପକ କୁମାର ପ୍ରଧାନ ଚନ୍ଦନଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ଘଟଣା ଉପରେ ପୋଲିସ ସହିତ ଆଲୋଚନା କରିଥିଲେ। ପୋଲିସ ୭/୨୦୨୩ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଏଏସଆଇ ଦାମୋଦର ଦେହୁରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri