ପୁଅର ଠେଙ୍ଗାମାଡ଼ରେ ଚାଲିଗଲା ବାପାଙ୍କ ଜୀବନ

ସମ୍ବଲପୁର/ପଡିଆବାହାଲ,୨୭ା୬(ପ୍ରମୋଦ ବହିଦାର/ରାଧାମୋହନର ଷଢ଼ଙ୍ଗୀ): ସମ୍ବଲପୁର ସଦର ଥାନା ଅଧୀନ ବୁଦେଲଛିଣ୍ଡା ଗ୍ରାମରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ପୁଅର ଠେଙ୍ଗାମାଡ଼ରେ ବାପା ରାମ ପ୍ରସାଦ ବାଗ୍‌ ଓରଫ ରାମିଆଁ(୬୦)ଙ୍କ ମୃତ୍ୟୁ ଘଟିଛି। ଗୁରୁବାର ପୋଲିସ ଅଭିଯୁକ୍ତ ପୁଅ ଧୀରେନ ବାଗ(୩୫)ଙ୍କୁ ଗିରଫ କରିଛି।
ପ୍ରାପ୍ତ ଖବର ଅନୁସାରେ ଧାମା ଥାନା ଅନ୍ତର୍ଗତ କାଁକେରପାଲି ଗ୍ରାମର ମୂଳ ବାସୀନ୍ଦା ରାମ ପ୍ରସାଦ ବୁଦେଲଛିଣ୍ଡା ଗ୍ରାମରେ ଗତ ୨୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ପରିବାର ସହିତ ରହୁଥିଲେ। ସେ ଛେଳି ଚରାଇବା ସହିତ ମୂଲ ମଜୁରି କରି ଜୀବିକା ନିର୍ବାହ କରୁଥିଲେ। ବୁଧବାର ରାତିରେ କୌଣସି କଥାକୁ ନେଇ ବାପ ଓ ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଧୀରେନ ଏକ ଠେଙ୍ଗାରେ ରାମପ୍ରସାଦଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ଗୁରବାର ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ସଦର ଥାନା ଆଇଆଇସି ସୁବ୍ରତ କୁମାର ପାଣିଗ୍ରାହୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏ ନେଇ ଥାନାରେ ଏକ ମାମଲା(୧୪୨/୨୦୨୪)ରୁଜୁ ହୋଇଛି। ଅଭିଯୁକ୍ତ୍‌ଙ୍କୁ ପୋଲିସ ଗିରଫ କରି କୋର୍ଟଚଲାଣ କରିଥିଲା। ଜାମିନ ନାମଞ୍ଜୁର ହେବରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ ଯେ, କିଛିବର୍ଷ ତଳେ ଧୀରେନଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏହା ପରଠାରୁ ବାପପୁଅଙ୍କ ମଧ୍ୟରେ କଳହ ଲାଗି ରହିଥିଲା। କିଛିଦିନ ତଳେ ଧୀରେନ୍‌ଙ୍କ ଠେଙ୍ଗାମାଡ଼ରେ ରାମପ୍ରସାଦଙ୍କ ଗୋଡ଼ଭାଙ୍ଗି ଯାଇଥିଲା। ବର୍ତ୍ତମାନ ଘରେ ରାମ ପ୍ରସାଦଙ୍କ ସ୍ତ୍ରୀ ଓ ଏକମାତ୍ର ନାତି ଘରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri