ସମ୍ବଲପୁରୀ ଗୀତରେ ନଚାଇଲେ ସୋନା

ବ୍ରହ୍ମପୁର ଅଫିସ୍‌/ଗୋପାଳପୁର,୨୬ା୧୨:ଗୋପାଳପୁର ବେଳାଭୂମି ମହୋତ୍ସବର ଗୁରୁବାର ଦ୍ୱିତୀୟ ସନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିଥିଲେ ବଲିଉଡ ଗାୟିକା ସୋନା ମହାପାତ୍ର। ପ୍ରଥମେ ‘ଜିୟା…ଲାଗେ ନା….’ ଗୀତ ଗାଇ ସୋନା ଦର୍ଶକଙ୍କ ମନ ମୋହିନେଇଥିଲେ। ଏହାପରେ ‘ରସରକେଲି…’ ସମ୍ବଲପୁରୀ ଗୀତ ବୋଲି ନିଜେ ନାଚିବା ସହ ଦର୍ଶକଙ୍କୁ ମଧ୍ୟ ନଚାଇଥିଲେ। ଏହିପରି ସେ ଗୋଟିଏ ପରେ ଗୋଟିଏ ହିଟ୍‌ ଗୀତ ଗାଇ ଦର୍ଶକଙ୍କ ମନ ଜିଣିଥିଲେ।
ଏଥିସହ ଆସାମ ଶାସ୍ତ୍ରୀୟ ନୃତ୍ୟ, କନ୍ଧମାଳ ଆଦିବାସୀ ନୃତ୍ୟ, ନବରଙ୍ଗପୁର ଗୋଣ୍ଡୁ ନୃତ୍ୟ ସମେତ ଛତ୍ରପୁର ନୃତ୍ୟ କଳାକାରଙ୍କ ଦ୍ୱାରା ପରିବେଷିତ ହୋଇଥିଲା। ସେହିପରି ଓଡିଶୀ, ପ୍ରଗତି କଳା କେନ୍ଦ୍ରର କାଠଉ ନୃତ୍ୟ, ଆରାଧ୍ୟା ନୃତ୍ୟ ଏକାଡେମୀ ଦ୍ୱାରା ଲୋକନୃତ୍ୟ, ବେଲଗୁଣ୍ଠା ତରୁଣ କଳାକାର ସଂଘ ଦ୍ୱାରା ମଣିଷ ବାଘ, କାଞ୍ଜିଆମା ନଟରାଜ ଡ୍ୟାନ୍ସ ଗ୍ରୁପ ଦ୍ୱାରା ସମ୍ବଲପୁରୀ ନୃତ୍ୟ, ଛତ୍ରପୁର ଡ୍ରିମ ଡ୍ୟାନ୍ସ ଏକାଡେମୀ ଦ୍ୱାରା ମଡର୍ଣ୍ଣ ନୃତ୍ୟ, ବ୍ରହ୍ମପୁର ରିୟଲ ଷ୍ଟାର ଡ୍ୟାନ୍ସ ଗ୍ରୁପ ଦ୍ୱାରା ୱେଷ୍ଟର୍ଣ୍ଣ ଫ୍ରି ନୃତ୍ୟ ପରିବେଶିତ ହୋଇଥିଲା। ଦ୍ୱିତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ଆସିକା ଏମ୍‌ପି ପ୍ରମିଳା ବିଶୋୟୀ ଯୋଗଦେଇଥିବା ବେଳେ ବିଇଏମ୍‌ସି ଡେପୁଟି ମେୟର ଇ.ବିବେକ ରେଡି, ଗୋପାଳପୁର ଏନ୍‌ଏସି ଅଧ୍ୟକ୍ଷ ଏ.ଜାନକୀ ରାମ ଓ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri