ବିବାହକୁ ନେଇ ମୁହଁ ଖୋଲିଲେ ସୋନାକ୍ଷୀ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କ ବିବାହକୁ ନେଇ ଗତ କିଛି ଦିନ ହେବ ଚର୍ଚ୍ଚା ଜୋର ଧରିଛି। ସେ ଅଭିନେତା ଜାହିର ଇକବାଲଙ୍କୁ ଡେଟ କରୁଥିବା କୁହାଯାଉଛି। ଯଦିଓ ଉଭୟ ଏନେଇ ସ୍ପଷ୍ଟ କରିନାହାନ୍ତି କିନ୍ତୁ ଦୁହିଁଙ୍କୁ ଅନେକଥର ଏକାଠି ଦେଖିବାକୁ ମିଳିଛି। ନିକଟରେ ସୋନାକ୍ଷୀଙ୍କ ଜନ୍ମଦିନରେ ଇକବାଲ୍‌ ତାଙ୍କୁ ‘ଆଇ ଲଭ୍‌ ୟୁ’ ମଧ୍ୟ କହିଛନ୍ତି। ଖୁବ୍‌ଶୀଘ୍ର ଉଭୟଙ୍କ ବିବାହ ମଧ୍ୟ ହେବ ବୋଲି ଚର୍ଚ୍ଚା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ ବିବାହକୁ ନେଇ ମୁହଁ ଖୋଲିଛନ୍ତି ସୋନାକ୍ଷୀ। ସେ ଏକ ଭିଡିଓ ଶେୟାର କରି ପ୍ରପୋଜ୍‌, ରୋକା, ମେହେନ୍ଦୀ, ସଙ୍ଗୀତ ପାଇଁ ସବୁ କିଛି ଫିକ୍ସ ହୋଇସାରିଛି ବୋଲି କହିଛନ୍ତି। ସୋନାକ୍ଷୀଙ୍କ ଏହି ଭିଡିଓ ଉପରେ ପ୍ରତିକ୍ରିୟା ପ୍ରକାଶ କରି ତାଙ୍କ ପ୍ରେମିକ ଜାହିର ଇକବାଲ ଏକ ହସୁଥିବା ଇମୋଜି ପୋଷ୍ଟ କରିଛନ୍ତି।
ନିକଟରେ ସୋନାକ୍ଷୀ ଇନ୍‌ଷ୍ଟାଗ୍ରାମରେ ନିର୍ବନ୍ଧ ମୁଦି ପ୍ରଶଂସକଙ୍କୁ ଦେଖାଇ ଏକ ଫଟୋ ଶେୟାର କରିଥିଲେ। କିନ୍ତୁ ଏହା ନିର୍ବନ୍ଧ ମୁଦି କି ନୁହେଁ, ତାହା ସେ ସ୍ପଷ୍ଟ କରି ନ ଥିଲେ। ତାଙ୍କ ପ୍ରଶଂସକ କିନ୍ତୁ ଏହି ଫଟୋରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସୋନାକ୍ଷୀ ଏବଂ ଫିଲ୍ମ ନୋଟବୁକ ଜରିଆରେ ବଲିଉଡରେ ଡେବ୍ୟୁ କରିଥିବା ଜାହିର ଇକବାଲ ଦୀର୍ଘ ଦିନ ହେବ ପରସ୍ପରକୁ ଡେଟ କରୁଥିବା ଚର୍ଚ୍ଚା ହେଉଛି। କିନ୍ତୁ ନିକଟରେ ଏକ ସାକ୍ଷାତକାରରେ ଡେଟିଂ ଖବର ଗୁଜବ ବୋଲି ଇକବାଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri