ସାନ ଜନ୍ମର ସାଥୀ ହେଲେ ସୋନାକ୍ଷୀ-ଜାହିର

ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଦୀର୍ଘ ଦିନର ବୟଫ୍ରେଣ୍ଡ୍‌ ଜାହିର ଇକବାଲଙ୍କୁ ବିବାହ କରିଛନ୍ତି। ଗତ ସାତ ବର୍ଷ ଧରି ଡେଟିଂ କରୁଥିବା ଏହି କପଲ୍‌ ମୁମ୍ବାଇରେ ସ୍ବତନ୍ତ୍ର ବିବାହ ଅଧିନିୟମ ଅନୁଯାୟୀ ହାତକୁ ଦି’ ହାତ ହୋଇଛନ୍ତି। ଉଭୟ ଏବେ ଆନୁଷ୍ଠାନିକ ଭାବେ ସ୍ବାମୀ ଏବଂ ସ୍ତ୍ରୀ। ସୋନାକ୍ଷ-ଜାହିର ଖୁବ୍‌ଶୀଘ୍ର ଶିଳ୍ପା ଶେଟ୍ଟୀଙ୍କ ରେଷ୍ଟୁରାଣ୍ଟରେ ରିସେପ୍ସନ ପାର୍ଟିରେ ନଜର ଆସିବେ। ବଲିଉଡ ସେଲିବ୍ରିଟିମାନେ ମଧ୍ୟ ସେମାନଙ୍କ ବିବାହ ଉତ୍ସବରେ ଅଂଶଗ୍ରହଣ କରିବେ। ବିବାହ ପରେ ସୋନାକ୍ଷୀ-ଜାହିର ସ୍ବାମୀ ଏବଂ ସ୍ତ୍ରୀ ଭାବରେ ସେମାନଙ୍କର ପ୍ରଥମ ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି। ଉଭୟ ଧଳା ଆଉଟ୍‌ଫିଟ୍‌ରେ ନଜର ଆସିଛନ୍ତି।
ଫଟୋ ଶେୟାର କରି ଏକ ସୁନ୍ଦର ନୋଟ ମଧ୍ୟ ସୋନାକ୍ଷୀ ଲେଖିଛନ୍ତି, ସାତ ବର୍ଷ ପୂର୍ବେ (୨୩.୦୬.୨୦୧୭) ଏହି ଦିନ, ଆମେ ପରସ୍ପରର ଆଖିରେ ପ୍ରେମ ଦେଖିଥିଲୁ ଏବଂ ସେହି ସମୟରେ ଆମେ ପରସ୍ପରକୁ ହାତ ଧରି ରଖିବାକୁ ସ୍ଥିର କରିଥିଲୁ। ଆଜି ଆମର ପ୍ରେମ ଆମକୁ ଏହି ମୁହୂର୍ତ୍ତରେ ଆଣି ପହଞ୍ଚାଇଛି, ଯେଉଁଠାରେ ଆମ ୨ ପରିବାର ଏବଂ ଆମ ୨ ଈଶ୍ୱରଙ୍କ ଆଶୀର୍ବାଦ ସହିତ, ଆମେ ବର୍ତ୍ତମାନ ସ୍ବାମୀ ଏବଂ ସ୍ତ୍ରୀ ହୋଇଛୁ। ଆମର ପ୍ରେମ ଏବଂ ଭରସା ସର୍ବଦା ଏହିପରି ରହୁ।

 

View this post on Instagram

 

A post shared by Sonakshi Sinha (@aslisona)

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?